www.samajalive.in
Saturday, December 6, 2025
16.1 C
Bhubaneswar

ସାରଙ୍ଗଡ଼ ହେଲା କଣ୍ଟେନମେଣ୍ଟ ଜୋନ୍‌, ଜିଲା ପ୍ରଶାସନ ପହଞ୍ଚାଇବ ଅତ୍ୟାବଶ୍ୟକ ସାମଗ୍ରୀ

କ.ନୂଆଗାଁ: କନ୍ଧମାଳ ଜିଲା ଅନ୍ତର୍ଗତ କ.ନୂଆଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗଡ଼ ଗ୍ରାମର ଭୈରବୀ ମନ୍ଦିର ସାହିରେ ରହୁଥିବା ଜନୈକ ବ୍ୟକ୍ତିଙ୍କର ମଧ୍ୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କରୋନା ଆକ୍ରାନ୍ତ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସାରଙ୍ଗଡ଼କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି କ. ନୂୂଆଗାଁ ବ୍ଲକ ଅନ୍ତର୍ଗତ ସାରଙ୍ଗଗଡ଼ର ପୁରୁଣା ସାହି, ବଜାର ସାହି, ଅଶୋକ ନଗର ସାହି, ପାଟଖଣ୍ଡା ସାହି , କଲୋନି ସାହି, ବାହାଡ଼ାପଦା, ବିଶୋୟୀ ସାହି, ପାତ୍ର ସାହି, ଶଶିପଡ଼ା, ପେଣ୍ଡି ପଦର, ଗୁଣ୍ଡ୍ରାଗାଁ, ସାଲଗୁଡ଼ା, ମାଡିଗୁଡ଼ା, ଦାଶିଗୁଡ଼ା, ସୁର୍ସୁଡି, ବାନେଗାଁ, ଏବଂ ବଣ୍ଡାଗୁଡ଼ା ଗ୍ରାମ ପଞ୍ଚାୟତର ବଣ୍ଡାଗୁଡ଼ା ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ମଧ୍ୟ ଘୋଷଣା କରିଛନ୍ତି। ସେହିଭଳି ସାରଙ୍ଗଗଡ଼କୁ ଲାଗିଥିବା ଟେଟ୍ରେଗାଁ, ପାଇବରାସାହି, ବଣ୍ଡୁଡ଼ି, ବଣ୍ଡଗୁଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ବିଲାବାଡ଼ି,ଦାଡ଼ି, ଗସାଗୁଡ଼ା, ଜିରିଡ଼ିକିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜିରିଡ଼ିକିଆ, ମଗଡାଙ୍ଗିଆ,କାପୁଗୁଡ଼ା,ଗୁଞ୍ଜିଗାଁ, କାଣିବିଡ଼ିଆ ଏବଂ ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ବନ୍ଧଗଡ଼ ଗ୍ରାମ ପଞ୍ଚାୟତର ବାଲ୍କିଡାଡ଼ି, ମଣିପଦର ଅଞ୍ଚଳକୁ ବଫରଜୋନ୍ ଭାବେ ଘୋଷଣା କରିଛନ୍ତି। ଘୋଷିତ କଣ୍ଟେନ୍ମେଣ୍ଟ ଜୋନ୍ ଅନ୍ତର୍ଗତ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣ ଯେ କୌଣସି ପରିସ୍ଥିରେ ମଧ୍ୟ ବାହାରକୁ ନବାହାରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ସେହିପରି, ଅନ୍ୟ ଅଞ୍ଚଳର ଜନସାଧାରଣଙ୍କୁ ମଧ୍ୟ କଣ୍ଟେନ୍‌ମେଣ୍ଟ ଜୋନ୍ ଅଞ୍ଚଳକୁ ପ୍ରବେଶ ନିଷେଧ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନିଜ ନିଜ ଘର ନିକଟରେ ପହଞ୍ଚାଇବା ଦିଗରେ ଜିଲା ପ୍ରଶାସନ ତରଫରୁ ଆବଶ୍ୟକୀୟ ବନ୍ଦୋବସ୍ତ କରାଯିବ ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍ ବିବୃତ୍ତିରେ କୁହାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories