www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ; ନିଯୁକ୍ତି ପାଇବେ ୧୦ଲକ୍ଷ

ନୂଆଦିଲ୍ଲୀ: ସରକାରୀ ଚାକିରି ପାଇଁ ଇଚ୍ଛୁକ ଥିବା ବ୍ୟକ୍ତି ମାନଙ୍କ ପାଇଁ ଖୁସିର ଖବର ଆଣିଛନ୍ତି କେନ୍ଦ୍ର ସରକାର । ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ୧୦ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବାକୁ ନିର୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।  ଏଥିପାଇଁ ସମସ୍ତ ମନ୍ତ୍ରାଳୟ ଓ ବିଭାଗର ମାନବ ସମ୍ବଳ ସ୍ଥିତି ସମୀକ୍ଷା କରାଯିବ । ସମୀକ୍ଷା କରାଯିବା ପରେ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶର ୧୦ ଲକ୍ଷ ଲୋକ ନିଯୁକ୍ତି ପାଇପାରିବେ ।

ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି । ଟ୍ୱିଟରେ ଦିଆଯାଇଥିବା ଏହି ସୂଚନାରେ କୁହାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ବିଭାଗ, ମନ୍ତ୍ରଣାଳୟର ମାନବସମ୍ବଳ ସ୍ଥିତିର ସମୀକ୍ଷା କରାଯାଇଛି । ଆଗାମୀ ଦେଢ଼ ବର୍ଷ ମଧ୍ୟରେ ଦେଶରେ ସରକାର ୧୦ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବେ ।

କିଛି ଗଣମାଧ୍ୟମର ସୂଚନା ଅନୁସାରେ ଗତ ଏପ୍ରିଲ ମାସରେ ଏନେଇ ପ୍ରଧାନମନ୍ତ୍ରୀ ଉଚ୍ଚ ପଦାଧିକାରୀ ମାନଙ୍କ ସହ ବୈଠକ କରିଥିଲେ । ବୈଠକ ପରେ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିପଡ଼ିଥିବା ପଦବୀ ଗୁଡ଼ିକୁ ପୂରଣ କରିକୁ ଅଧିକାରୀମାନଙ୍କୁ କହିଥିଲେ । ତାହା ସହ ପଦବୀ ଗୁଡ଼ିକ ପୂରଣ ପ୍ରକ୍ରିୟାରେ ପ୍ରାଥମିକତା ଦେବାକୁ କହିଥିଲେ ପ୍ରଧାନମନ୍ତ୍ରୀ । ଯାହା ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି । ସୂଚନା ଆଧାରରେ ୧୦ ଲକ୍ଷ ଲୋକ ନିଯୁକ୍ତି ପାଇବେ ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories