www.samajalive.in
Monday, December 15, 2025
26.1 C
Bhubaneswar

ସରୋଜିନୀ ସାହୁଙ୍କୁ ମିଳିବ ଶାରଳା ପୁରସ୍କାର

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା କଥାକାର ସରୋଜିନୀ ସାହୁ ପାଇବେ ଶାରଳା ପୁରସ୍କାର। ଶାରଳା ପୁରସ୍କାର ବାବଦରେ ତାଙ୍କୁ ଉତ୍ତରୀୟ, ମାନପତ୍ର, ଫଳକ ସହ ୫ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ତାଙ୍କର ସାହିତ୍ୟ କୃତି ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ତାଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ଚାରିଟେବଲ ଟ୍ରଷ୍ଟ ପ୍ରଦତ୍ତ ମର୍ଯ୍ୟଦାଜନକ ଶାରଳା ପୁରସ୍କାର ଆସନ୍ତା ଅକ୍ଟୋବର ୨୬ରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ପ୍ରଦାନ କରାଯିବ।

ସେହିପରି ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ-୨୦୨୪ ମଧ୍ୟ ଘୋଷଣା କରାଯାଇଛି। ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ କଣ୍ଠଶିଳ୍ପୀ ତାନସେନ ସିଂଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ-୨୦୨୪  ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ସ୍ବରୂପ ଉଭୟଙ୍କୁ ୨ ଲକ୍ଷ ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ ବୋଲି ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ  ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ତାଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ସରୋଜିନୀ ସାହୁଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ସେହିପରି ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯିବ।

ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କ ସହଧର୍ମିଣୀ କଳା ବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ପ୍ରଦାନ କରାଯାଇଥିବା ‘ଶାରଳା ପୁରସ୍କାର’ ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories