www.samajalive.in
Tuesday, December 9, 2025
15.1 C
Bhubaneswar

କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ସସ୍ମିତା ମେଲେକା

ଲକ୍ଷ୍ମୀପୁର : କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷା ପାଇଁ ବନ୍ଧୁଗାଁ ବ୍ଲକର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମେଲେକା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେହିପରି କଂଗ୍ରେସରୁ ରୀତା ରାଣୀ ମହଲା ହୋଇଛନ୍ତି ପ୍ରାର୍ଥୀ। କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷା ପଦବୀଟି ଅନୁସୂଚୀତ ଜନ ଜାତିର ମହିଳା ବର୍ଗ ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଶାସକ ବିଜୁ ଜନତା ଦଳ ପ୍ରାର୍ଥୀମାନେ ୧୬ ପରିଷଦରେ ଜିତିଛନ୍ତି। ସେହିପରି କଂଗ୍ରେସ ୧୨ ଓ ପଟ୍ଟାଙ୍ଗି ବ୍ଲକରେ ସର୍ବଦଳୀୟ ପ୍ରାର୍ଥୀଙ୍କୁ ହରାଇ କୋଟିଆ ଅଞ୍ଚଳର ଜଣେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ତେବେ ଡିଜେଡିର ୧୬ ଜିଲାପରିଷଦ ସଭ୍ୟ/ସଭ୍ୟା ଥିବାରୁ ଅନାୟାସରେ ଦଳ ପରିଷଦର ଅଧ୍ୟକ୍ଷା ପଦବୀକୁ ହାତେଇଵ ବୋଲି କୁହାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories