www.samajalive.in
Sunday, December 14, 2025
26.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ୫ ଆହତ

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସାତଶଙ୍ଖ ବଜାର ନିକଟ ସୁବଳପୁର ଗ୍ରାମ୍ୟଛକ ଠାରେ ଗୁରୁବାର ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୨ଜଣ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।
ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିବା ଏକ କାର କୌଣସି କାରଣରୁ ଭାରସାମ୍ୟ ହରାଇ ସାତଶଙ୍ଖ ସୁବଳପୁର ଗ୍ରାମ୍ୟଛକ ଠାରେ ରାସ୍ତାରେ ଯାଉଥିବା ଦୁଇଜଣ ମହିଳାଙ୍କୁ ଖୁବ୍‍ ଜୋରରେ ଧକ୍କା ଦେଇଥିଲା । ପରେ ସମ୍ମୁଖରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ବୋଲେରୋ ପଛରେ କାର୍‍ଟି ଜୋରରେ ପିଟି ହୋଇଯାଇଥିଲା। ରାସ୍ତାରେ ଯାଉଥିବା ଦୁଇ ମହିଳାଙ୍କ ସମେତ କାରରେ ବସିଥିବା ଜଣେ ମହିଳା ଗୁରୁତର ଭାବେ ଆହତ ହୋଇଥିଲେ। କାର୍‍ ଚାଳକଙ୍କ ସମେତ ବୋଲେରୋ ପଛରେ ବସିଥିବା ଅନ୍ୟ ଦୁଇଜଣ ମଧ୍ୟ ଏଥିରେ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍‍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ଜଣେ ମହିଳାଙ୍କୁ ମୃତ ଘୋଷଣା କରିଥିବା ସୂଚନା ମିଳିଛି । ଖବର ଲେଖାଯିବା ପର୍ଯ୍ୟନ୍ତ ଏନେଇ ପୁଲିସରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ବେଳେ ଦୁର୍ଘଟଣାଗ୍ରସ୍ତ କାର୍‍କୁ ଜବତ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିବା ନେଇ ସାତଶଙ୍ଖ ଫାଣ୍ଡି ଅଧିକାରୀ ପ୍ରଫୁଲ୍ଲ କୁମାର ଭୂୟାଁ ସୂଚନା ଦେଇଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories