www.samajalive.in
Monday, December 15, 2025
15.1 C
Bhubaneswar

ଶନିବାର ରାଶିଫଳ ୧୮.୦୩.୨୦୨୩

ମେଷ: ମନ ପ୍ରସନ୍ନ ରହିବ। କୁଳ ପ୍ରଧାନ ହେବେ। ଆୟୁଷ୍ମାନ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହ ରହିବ। ଯଶସ୍ବୀ, ଧର୍ମପ୍ରିୟ ହେବେ। କର୍ମଚଞ୍ଚଳ ରହିବେ।
ବୃଷ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସପୂର୍ଣ୍ଣ ହେବ। ଜୀବନ ସୁଖ, ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ, ଉଦ୍ୟୋଗୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଶୁଭକାର୍ଯ୍ୟ ବର୍ଜନୀୟ। ଶତ୍ରୁଙ୍କ ଉପରେ ସତର୍କ ଦୃଷ୍ଟି ରଖିବେ।
କର୍କଟ: ବନ୍ଧୁ ମିଳନରେ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। କର୍ମକୁଶଳତା ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି।
ସିଂହ: ବଢ଼ି ଚାଲିଥିବା ବ୍ୟୟକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଆୟୁଷ୍ମାନ୍‌ ହେବେ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀଙ୍କ ଆଜ୍ଞାକାରିଣୀ ହେବେ।
ତୁଳା: ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ।
ବିଛା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ଧନୁ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ମିତ୍ରଙ୍କ ସହାୟତା ପାଇବେ। ଧନାଗମ ହେବ।
ମକର: ଶ୍ରଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପ୍ରଶଂସା ଓ ସମ୍ବର୍ଦ୍ଧନାଜନିତ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବ। ମିଷ୍ଟାନ୍ନ ଭୋଜନ ମିଳିବ। ଚତୁର ଓ ବୁଦ୍ଧିମାନ୍‌ ହେବେ।
କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତରେ ମୌନ ରହି ତପ ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି।
ମୀନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories