ଶନିବାର ରାଶିଫଳ (ଜୁଲାଇ ୦୧)

ମେଷ: ଆକସ୍ମିକ ବିପଦର ସୂଚନା ମିଳୁଛି; ମାତ୍ର ଧୈର୍ଯ୍ୟ ଓ ସାହସର ସହ ତା’ର ମୁକାବିଲା କଲେ କିଛିଟା ସୁଧାର ଆସିବ। ନୀତିହୀନ ମନ୍ତବ୍ୟ ଦେଲେ ଚର୍ଚ୍ଚାରେ ଅନାଦର ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ।
ବୃଷ: ସମାଜସେବାରେ ନିଜକୁ ନିୟୋଜିତ କରି ଆତ୍ମତୃପ୍ତି ଲାଭ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ବନ୍ଧୁ ମିଳନର ସୂଚନା ମିଳୁଛି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମିଥୁନ: ସ୍ବଳ୍ପ ଆୟ ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ ରଖିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ଆୟୁଷ୍ମାନ୍‌ ହେବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କର୍କଟ: ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ।
ସିଂହ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ପରୋପକାର ଓ ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ସୁଖୀ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ପ୍ରେମ ସମ୍ପୂର୍ଣ୍ଣ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପାଇପାରନ୍ତି। ଧାର୍ମିକ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।
ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।
ଧନୁ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ କିଛି ସମୟ ବିତାଇ ମନ ସ୍ଥିର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜ୍ଞାନୀ ହେବେ।
ମକର: ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କୁମ୍ଭ: ଜ୍ଞାନର ପ୍ରଦୀପ ପ୍ରଜ୍ବଳନ କରି ଜନସାଧାରଣଙ୍କ ଜ୍ଞାନାନ୍ଧକାରକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ଯଶସ୍ବୀ ହେବେ। ପରୋପକାରୀ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। କୁଳ ଉଦ୍ଧାରକ ହେବେ।

Comments are closed.