www.samajalive.in
Monday, December 15, 2025
15.1 C
Bhubaneswar

ଶନିବାର ରାଶିଫଳ (ନଭେମ୍ବର ୦୪)

ମେଷ: ଉଦାର ଚରିତ, ଦାନଶୀଳ ଓ ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଦାତା, ଭୋକ୍ତା, ଗୁଣବାନ୍‌, ଧନୀ ଓ ମାନୀ ହୋଇପାରନ୍ତି। ଶତ୍ରୁ ବୃଦ୍ଧିର ସମ୍ଭାବନା ଅଛି। କୃଷି କ୍ଷେତ୍ର ଲାଭଦାୟକ ହେବ। ଯାନବାହନ ସୁଖ ମିଳିବ।
ବୃଷ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବନ୍ଧୁ ସହାୟତା ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଯବାନ୍‌ମାନେ ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ଆଚରଣ ଓ ଉଚ୍ଚାରଣରେ ଲୋକପ୍ରିୟ ହେବେ।
ସିଂହ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଉଚ୍ଚାସନରେ ଆସୀନ ହୋଇପାରନ୍ତି। ଧାର୍ମିକ ହେବେ।
କନ୍ୟା: କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମଠ ହେବେ।
ତୁଳା: ଦୟାଳୁ ସ୍ବଭାବର ହେବେ। ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ଅତୁଟ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ।
ଧନୁ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁତା ଉପରେ ଦୃଷ୍ଟି ରଖିବାକୁ ପଡ଼ିବ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଯାନବାହନ ସୁଖ ମିଳିବ।
ମକର: ବନ୍ଧୁ ମିଳନର ସୁଯୋଗ ଅଛି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁଖୀ ହେବେ।
କୁମ୍ଭ: ଭ୍ରାତୃତ୍ବ ବନ୍ଧନ ନିବିଡ଼ତର ହେବ। ସୁସ୍ଥ ଓ ନିରାମୟ ରହିବେ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଥାଇବି ଜନସେବାକୁ ଗ୍ରହଣ କରିବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ କର୍ମକ୍ଷେତ୍ର ଓ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories