www.samajalive.in
Friday, December 5, 2025
23.1 C
Bhubaneswar

ଶନିବାର ରାଶିଫଳ: ଏହି ରାଶି ପରମ ଭାଗ୍ୟଶାଳୀ ହେବେ

ମେଷ: ଆୟୁଷ୍ମାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକ ହେବେ। ପାରିବାରିକ ସ୍ନେହ ଅତୁଟ ରହିବ।

ବୃଷ: ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗ ବିଳାସ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସିତ ହେବେ।

- Advertisement -

ମିଥୁନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ଭାବ ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାରାଦିନ ସତର୍କରେ ଚଳିବାକୁ ପଡ଼ିପାରେ।

କର୍କଟ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ସେବା ଭାବନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ସିଂହ: ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କର୍ମଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସ୍ବାର୍ଥଜଡ଼ିତ ସେବକ ହେବେ।

କନ୍ୟା: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ମନ୍ତ୍ରତନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ହେବେ।

ତୁଳା: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ସୁଖୀ ହେବେ।

ବିଛା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ଶ୍ରୁତିମଧୁର ହୋଇଥିବାବେଳେ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅଗ୍ରଜଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ଧନୁ: ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟର ମାତ୍ରା ବୃଦ୍ଧି ହୋଇପାରେ। ସୁଷମ ଖାଦ୍ୟରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୈନିକମାନେ ରଣକ୍ଷେତ୍ରରେ ବିଜୟୀ ହେବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଏକାନ୍ତ ସାଧନା ଓ ଭାବନା ଫଳପ୍ରଦ ହେବ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।

ମୀନ: ସ୍ବଚ୍ଛ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories