www.samajalive.in
Monday, December 8, 2025
14.1 C
Bhubaneswar

ଶନିବାର ରାଶିଫଳ (୦୫-୦୯-୨୦୨୦)

ମେଷ: ପଶ୍ଚାତ୍‍ପଦ ନ ହୋଇ ନିଜ ମତରେ ଦୃଢ଼ ରହିବେ। କର୍ମଚଞ୍ଚଳ ରହିବେ। ମଧୁର ଭାଷଣରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟରେ ଓ କ୍ଷେତ୍ରରେ ମାନ୍ୟତା ମିଳିବ। ରାଜଯୋଗ ଅଛି।

ବୃଷ: ସୁସ୍ଥ ଓ ନିରୋଗ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଗୃହସୁଖ ଓ ଯାନବାହନ ସୁଖ ମିଳିବ।

- Advertisement -

ମିଥୁନ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ଯଶସ୍ୱୀ ହେବେ। ବ୍ୟବସାୟ ଲାଭଜନକ ହେବ। କୁଟୁମ୍ବ ସୁଖ ମିଳିବ।

କର୍କଟ: ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସାମାଜିକ ସ୍ତରରେ ସମ୍ମାନିତ ହେବେ।

ସିଂହ: ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କ ରହିବେ।

କନ୍ୟା: ସରକାରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ବନ୍ଧୁ ସହାୟତାରୁ ବାଣିଜ୍ୟ ବୃଦ୍ଧି ପାଇବ। ପତ୍ନୀଙ୍କ ସହାୟତା ଫଳପ୍ରଦ ହେବ।

ତୁଳା: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଶ୍ରଦ୍ଧାଭାବ ଥିବାରୁ ଭାଇମାନଙ୍କ ସହଯୋଗ ମିଳିବ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରଶଂସାର ପାତ୍ର ହେବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଧାର୍ମିକ ଓ ତେଜସ୍ୱୀ ହେବେ।

ଧନୁ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ସୁଖୀ ହେବେ।

ମକର: ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ପ୍ର୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ। ବିଦ୍ୱାନ୍‍ ହେବେ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ମିତ୍ର ସୁଖ ମିଳିବ। କର୍ମକ୍ଷେତ୍ରରେ ଅସାଧ୍ୟ ସାଧନ କରିପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ।

ମୀନ: ଆଶୀର୍ବାଦଯୁକ୍ତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ପାରଙ୍ଗମ ହେବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories