www.samajalive.in
Monday, December 15, 2025
15.1 C
Bhubaneswar

ଶନିବାର ରାଶିଫଳ – ୨୩ ଜାନୁଆରୀ ୨୦୨୧

ମେଷ: ପରମ ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି।
ବୃଷ: ଆୟ ଆଶାନୁରୂପ ହେବ। ଉତ୍ତମ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ସୁଖ ମିଳିବ।
ମିଥୁନ: କର୍ମ ଚଞ୍ଚଳ ରହିବେ। ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ମହିଳାମାନଙ୍କୁ ମାତୃବତ୍‌ ଜ୍ଞାନ କରି ତାଙ୍କର ସହାୟତା କରିପାରନ୍ତି। ମଧୁରଭାଷୀ ହେବେ।
କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ସିଂହ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଭାବ ରହିବ। ସରକାରୀ ସ୍ତରରେ ସମ୍ମାନିତ ହେବେ।
କନ୍ୟା: ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ସହଧର୍ମଣୀ ସୁନ୍ଦର, ସୁଶୀଳାଙ୍କ ସହାୟତା ମିଳିବ।
ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନଙ୍କ ଠାରୁ ସହାୟତା ଆଶା କରିବା ବୃଥା ହୋଇପାରେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ।
ବିଛା: ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଉତ୍ସର୍ଗୀକୃତ ମନୋଭାବ ଗ୍ରହଣ କରିବେ। ସ୍ବସୁକର୍ମ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ଧନୁ: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। କୋଷ୍ଠ କାଠିନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ।
କୁମ୍ଭ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ଓ ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷକମାନଙ୍କର ପ୍ରେରଣାଦାତା ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଜ୍ଞାନ ଗରିମାଯୁକ୍ତ ହେବେ।
ମୀନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ପୂଜା ପାଠରେ ମନ ଧ୍ୟାନ ଦେଇ ପାରନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories