www.samajalive.in
Thursday, December 11, 2025
14.1 C
Bhubaneswar

ସତ୍ୟବାଦୀ ବନ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଓ ମେଧା ସମ୍ବର୍ଦ୍ଧନା

ସୁଆଣ୍ଡୋ :  ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନବିଦ୍ୟାଳୟର ୧୧୪ ତମ ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇ ସଭାକାର୍ଯ୍ୟ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା। ଏଥିରେ ସରପଞ୍ଚ ଆରାଧନା ସାମନ୍ତ ରାୟ, ଆଲମୁନି ସଭାପତି କିଶୋର ଚନ୍ଦ୍ର ମହାପାତ୍ର, ପ୍ରାକ୍ତନ ଶିକ୍ଷକ ଲକ୍ଷ୍ମିଧର ମିଶ୍ର, ଅଶୋକ ପ୍ରଧାନ, ବନମାଳୀ ବେହେରା, ପ୍ରଭାତ ଚନ୍ଦ୍ର ରଥ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡରେ ପାସ କରିଥିବା ୪ଜଣ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ପ୍ରଭାତ ସାମନ୍ତରାୟ ବୃତ୍ତି ବାବଦରେ ଜଣଙ୍କୁ ୫ ଶହ ଲେଖାଏଁ ଟଙ୍କା ପ୍ରଦାନ କରାଯାଇଥିଲା । ସେହିପରି ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ୯୨ ଜଣ ଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଅତିଥି ମାନେ ୫ଟି ଯୋଜନାରେ ନିର୍ମାଣ କରାଯାଇଥିବା ଶ୍ରେଣୀ ଗ୍ରୁହ, ପାଠାଗାର, ବିଜ୍ଞାନାଗାର, କମ୍ପ୍ୟୁଟର ରୁମ ପରିଦର୍ଶନ କରି ଖୁସି ବ୍ୟକ୍ତ କରିଥିଲେ । ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ଅତୀତ ଗୌରବ ବୃଦ୍ଧି କରିବାକୁ ଅତିଥି ମାନେ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବମ ପ୍ରଧାନ ସଭାରେ ଅଧ୍ୟକ୍ଷତା କରି କହିଲେ।  ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟକୁ ଜାତୀୟ ବିଦ୍ୟାଳୟ ପରିଣତ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ। ଶିକ୍ଷକ ବିଜୟ କୁମାର ପରିଡା ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ଶିକ୍ଷକ ସତ୍ୟବାଦୀ ଦାଶ ସଭା ସଂଯୋଜନା କରିଥିଲେ ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories