www.samajalive.in
Saturday, December 6, 2025
16.1 C
Bhubaneswar

ସତ୍ୟପାଲ ମଲିକ ହେଲେ ମେଘାଳୟର ରାଜ୍ୟପାଳ, କୋଶ୍ୟାରୀଙ୍କୁ ଗୋଆର ଅତିରିକ୍ତ ଦାୟିତ୍ୱ

ଗୋଆ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶ୍ୟାରୀଙ୍କୁ ଗୋଆର ଅତିରିକ୍ତ ଦାଇତ୍ୱ ଦିଆଯାଇଛି। ଉଭୟ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ସେମାନଙ୍କ ନିଯୁକ୍ତି କାର୍ଯ୍ୟକାରୀ ହେବ।

ସତ୍ୟପାଲ ମଲିକ ଅଗଷ୍ଟ ୨୦୧୮ରୁ ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜାମ୍ମୁ କାଶ୍ମୀରର ରାଜ୍ୟପାଳ ଥିଲେ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅକ୍ଟୋବର ୨୫ରେ ତାଙ୍କୁ ଗୋଆର ରାଜ୍ୟପାଳ ଭାବରେ ନିଯୁକ୍ତ କରିଥିଲେ। ଗିରିଶ ଚନ୍ଦ୍ର ମୁର୍ମୁ ତାଙ୍କ ସ୍ଥାନରେ ଜାମ୍ମୁ କାଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭାବରେ ନିଯୁକ୍ତ ହୋଇଥିଲେ। ସତ୍ୟପାଲ ମଲିକ ଜାମ୍ମୁ କାଶ୍ମୀରରେ ରାଜ୍ୟପାଳ ଥିବା ସମୟରେ ହିଁ ଧାରା ୩୭୦ ଉଛେଦ କରାଯାଇଥିଲା ଯେଉଁଥିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories