www.samajalive.in
Friday, December 5, 2025
20.1 C
Bhubaneswar

ଭିସୁଟ୍‌ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବୁର୍ଲା : ପୁଣି ବୁର୍ଲା ବିର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ)ରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ପିସି ବ୍ରିଜ ତଳୁ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ହେଲେ ବୁର୍ଲା ଭିସୁଟ ର ମେକାନିକାଲ ବିଭାଗର ଶେଷ ବର୍ଷର ଛାତ୍ର ଯାଜପୁରର ଅଞ୍ଜନେୟ ଦାସ ବୋଲି ଜଣାପଡିଛି। ତାଙ୍କ ମୃତଦେହ ବୁର୍ଲା ପାୱାର କେନାଲ(ପିସି) ବ୍ରିଜ ତଳୁ ସନ୍ଦେହଜନକ ଭାବେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଅଞ୍ଜନେୟ ପୂଳସ୍ତିୟ ଛାତ୍ରାବାସରେ ରହୁଥିବା ବେଳେ ଗତ ରାତି ୨ ଟା ରୁ ସେ ଛାତ୍ରାବାସରୁ ବାହାରି ଯାଇଥିଲେ ଆଉ ଫେରି ନ ଥିଲେ। ତେବେ ଆଜି ସକାଳୁ ତାଙ୍କ ମୃତଦେହ ବୁର୍ଲା ପାୱାର କେନାଲ ବ୍ରିଜ ତଳୁ ସନ୍ଦେହଜନକ ଭାବେ ଉଦ୍ଧାର କରାଯାଇଛି।  ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories