ସମାଜର ପଛୁଆବର୍ଗର ଛାତ୍ରଛାତ୍ରୀମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟ ନେଇ ଆଲୋଚନା
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ କମିଟିର ଦ୍ୱିତୀୟ ବୈଠକ
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ କମିଟିର ଦ୍ୱିତୀୟ ବୈଠକ ବରିଷ୍ଠ ବିଧାୟକ ଶ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସଂଖ୍ୟାଲଘୁ ସଂପ୍ରଦାୟ ଓ ସମାଜର ପଛୁଆବର୍ଗର ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ପ୍ରାଧାନ୍ୟ ଦେଇଆସିଛନ୍ତି । ଶିକ୍ଷାର ବିକାଶ ଦ୍ୱାରା ହିଁ ସେମାନଙ୍କୁ ସଂପୂର୍ଣ୍ଣ ରୂପେ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଯାଇପାରିବ ବୋଲି ଅଧ୍ୟକ୍ଷ ଶ୍ରୀ ବେହେରା ପ୍ରକାଶ କରିଛନ୍ତି ।
ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ସଂପ୍ରଦାୟ ଓ ସମାଜର ପଛୁଆବର୍ଗଙ୍କ ଶିକ୍ଷା, ପାଠ୍ୟପୁସ୍ତକ ଓ ଛାତ୍ରାବାସଗୁଡ଼ିକର ଉନ୍ନତିକରଣ ଉପରେ ବୈଠକରେ ସବିଶେଷ ଆଲୋଚନା ହୋଇଥିଲା । ସମସ୍ତ ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ ପାଇଁ ଅଧ୍ୟକ୍ଷ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ବିଧାୟକ ଶଙ୍କର ଓରାମ୍, ସାଲୁଗା ପ୍ରଧାନ, ପର୍ଶୁରାମ ଧଡ଼ା, ବିଜୟ ଶଙ୍କର ଦାସ, ପୂର୍ଣ୍ଣଚନ୍ଦ୍ର ବାକା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବିଭାଗୀୟ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
Comments are closed.