ଡେସ୍କ: ୨୦୦୨ ଗୋଧ୍ରା ଟ୍ରେନ ପୋଡି ଘଟଣାର ୮ ଅଭିଯୁକ୍ତଙ୍କୁ ଆଜି ସର୍ବୋଚ୍ଚ ନ୍ୟାୟାଳୟ ଜାମିନ ପ୍ରଦାନ କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୪ ଜଣଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଏହି ଘଟଣାରେ ସେମାନଙ୍କ ଭୂମିକାକୁ ବିଚାରକୁ ନେଇ କୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି।
ମୁଖ୍ୟ ବିଚାରପତି ଜଷ୍ଟିସ ଡ଼ି ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ୮ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସେହି ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଲା। ଟ୍ରାଏଲ କୋର୍ଟ ଦ୍ୱାରା ସେମାନଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦିଆଯିବା ପରେ ଗୁଜୁରାଟ ହାଇକୋର୍ଟ ଏହାକୁ ଆଜୀବନ କାରାଦଣ୍ଡକୁ ବଦଳାଇଥିଲେ।



