www.samajalive.in
Thursday, December 11, 2025
16.1 C
Bhubaneswar

ଖଣି ଦୁର୍ନୀତି ମାମଲା: ଓଡ଼ିଶା ସମେତ ୩ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ: ଖଣି ଦୁର୍ନୀତି ମାମଲାରେ ଓଡ଼ିଶା ସମେତ ୩ ରାଜ୍ୟକୁ ସୁପ୍ରିମକୋର୍ଟ ନୋଟିସ ଜାରି କରିଛନ୍ତି। ଅନ୍ୟ ୨ଟି ରାଜ୍ୟ ହେଉଛି କର୍ନାଟକ ଏବଂ ଝାଡ଼ଖଣ୍ଡ। ୬ଲକ୍ଷ କୋଟିର ଲୁହାପଥର ଖଣି ଦୁର୍ନୀତି ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ନୋଟିସ ଜାରି କରିଛନ୍ତି। ୩ଟି ରାଜ୍ୟ ସମେତ କେନ୍ଦ୍ର ସରକାର ଏବଂ ସିବିଆଇକୁ ମଧ୍ୟ ନୋଟିସ ଜାରି ହୋଇଛି।

ସୂଚନାଯୋଗ୍ୟ, କିଛି ରାଜ୍ୟରେ ବେଆଇନ ଖଣି ଆବଣ୍ଟନ ନେଇ ଅପିଲ ହୋଇଥିଲା। ଖଣି ଆବଣ୍ଟନ ସମୟରେ ବ୍ୟାପକ ଦୁର୍ନୀତି​‌ ହୋଇଥିବା ଆବେଦନକାରୀ ପିଟିଶନରେ ଅଭିଯୋଗ କରିଥିଲେ। ଜଷ୍ଟିସ ଏସ.ଏ. ବୋବଡେଙ୍କ ନେତୃତ୍ଵରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଓକିଲ ପି.ଏସ. ନରସିଂହଙ୍କୁ ଆମିକସ୍‌କ୍ୟୁରି ଭାବେ ନିଯୁକ୍ତ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories