www.samajalive.in
Sunday, December 14, 2025
19.1 C
Bhubaneswar

ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଇ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସମାଜ ପୋର୍ଟାଲ ଡେସ୍କ: କରୋନା ଭୂତାଣୁରେ ସଂକ୍ରମିତ ବ୍ୟକ୍ତିମାନଙ୍କର ଚିକିତ୍ସା କରୁଥିବା ଡାକ୍ତର ଓ ଚିକିତ୍ସା ସହାୟକ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ ସୁଚାରୁରୂପେ ଯୋଗାଇ ଦେବାକୁ ନିଶ୍ଚିତ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି, କରୋନା ବିପକ୍ଷରେ ସଂଗ୍ରାମରେ ଡାକ୍ତର ଓ ଚିକିତ୍ସା ସହାୟକ କର୍ମୀମାନେ ଆଗ ଧାଡ଼ିରେ ରହିଛନ୍ତି। ଡାକ୍ତର ଓ ସ୍ୱାସ୍ଥ୍ୟ ସେବା ସହ ଜଡ଼ିତ ସମସ୍ତ ପେଷାଦାରମାନଙ୍କର ସୁରକ୍ଷାକୁ ନିଶ୍ଚିତ କରିବା ସଂକ୍ରାନ୍ତରେ କିଛି ନିର୍ଦ୍ଦେଶାବଳୀ ଜାରି କରି ଜଷ୍ଟିସ୍‍ ଅଶୋକ ଭୂଷଣ ଓ ଏସ୍‍. ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠ ସେମାନଙ୍କ ଉପରେ ସମ୍ପ୍ରତି ହୋଇଥିବା ଆକ୍ରମଣକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି।

ହସ୍ପିଟାଲଗୁଡ଼ିକରେ କାର୍ଯ୍ୟରତ ଡାକ୍ତର ଓ ଚିକିତ୍ସା କ୍ଷେତ୍ରର କର୍ମଚାରୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ପୁଲିସ୍‍ ସୁରକ୍ଷା ଯୋଗାଇ ଦେବାକୁ କୋର୍ଟ କେନ୍ଦ୍ର ସରକାରଙ୍କ ସମେତ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ପୃଥକ ହୋଇ ରହିଥିବା ବ୍ୟକ୍ତି, ସଂକ୍ରମିତ ଲୋକ ଓ ସଂକ୍ରମଣର ଆଶଙ୍କା ଥିବା ଲୋକମାନେ ଚିକିତ୍ସିତ ହେଉଥିବା ସ୍ଥାନଗୁଡ଼ିକରେ କାର୍ଯ୍ୟରତ ଡାକ୍ତର ଓ ଚିକିତ୍ସା କର୍ମଚାରୀମାନଙ୍କୁ ମଧ୍ୟ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦେବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଆବଶ୍ୟକ ସୁରକ୍ଷା କିଟ୍‍, ଅନ୍ୟାନ୍ୟ ଆବଶ୍ୟକ ସରଞ୍ଜାମ ତଥା ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦେବା ଲାଗି କରାଯାଇଥିବା ତିନୋଟି ପିଟିସନ୍‍ ଉପରେ କୋର୍ଟ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories