www.samajalive.in
Sunday, December 14, 2025
26.1 C
Bhubaneswar

ସମସ୍ତ ପ୍ରବାସୀଙ୍କୁ ୧୫ ଦିନ ଭିତରେ ଘରେ ପହଞ୍ଚାଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଗାମୀ ୧୫ ଦିନ ମଧ୍ୟରେ ସମସ୍ତ ପ୍ରବାସୀଙ୍କୁ ସେମାନଙ୍କ ଘରେ ପହଞ୍ଚାଇବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। କେନ୍ଦ୍ର ଏବଂ ରାଜ୍ୟ ସରକାରମାନେ ପ୍ରବାସୀଙ୍କ ତାଲିକା ପ୍ରସ୍ତୁତ କରି ଏ ଦିଗରେ ପଦକ୍ଷେପ ନେବାକୁ ସର୍ବୋଚ୍ଚ ନ୍ୟାୟାଳୟ ଆଦେଶ ଦେଇଛନ୍ତି। ଏହା ସହିତ ବିପର୍ଯ୍ୟୟ ପରିଚାଳନା ଅଧିନିୟମ ୨୦୦୫ ଅଧୀନରେ ପ୍ରବାସୀମାନଙ୍କ ବିରୋଧରେ ଲକଡାଉନ ନିୟମ ଉଲ୍ଲଂଘନ ନେଇ ରୁଜୁ ହୋଇଥିବା ସବୁ ମାମଲାକୁ ପ୍ରତ୍ୟାହାର କରିବା ପାଇଁ ମଧ୍ୟ ସୁପ୍ରିମକୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, କେନ୍ଦ୍ର ଏବଂ ରାଜ୍ୟଗୁଡ଼ିକୁ ସୁବ୍ୟବସ୍ଥିତ ପଦ୍ଧତିରେ ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରିବା ଲାଗି ତାଲିକା ପ୍ରସ୍ତୁତ କରିବାକୁ ପଡ଼ିବ। ପ୍ରବାସୀ ଶ୍ରମିକମାନଙ୍କ ପାଇଁ ରୋଜଗାର ରିଲିଫ୍ ମ୍ୟାପ୍ ଏବଂ ସ୍କିଲ୍ ମ୍ୟାପିଙ୍ଗ୍ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟ ଆହୁରି କହିଛନ୍ତି ଯେ, ଶ୍ରମିକ ଟ୍ରେନର ଚାହିଦା ହେଲେ ରେଲୱେ ୨୪ ଘଣ୍ଟା ମଧ୍ୟରେ ଟ୍ରେନ୍ ଯୋଗାଇବ। ଯୋଜନା, ରୋଜଗାର ସୃଷ୍ଟି ଇତ୍ୟାଦି ବିଷୟରେ ସମସ୍ତ ରାଜ୍ୟକୁ ସେମାନଙ୍କର ସବିଶେଷ ପ୍ରମାଣପତ୍ର ଦାଖଲ କରିବାକୁ କୁହାଯାଇଥିବାବେଳେ ଏ ସମ୍ପର୍କରେ ପରବର୍ତ୍ତୀ ଶୁଣାଣି ଜୁଲାଇ ୮ରେ ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories