www.samajalive.in
Sunday, December 7, 2025
26.1 C
Bhubaneswar

ବିଶ୍ବସ୍ତରୀୟ ହେବ କଟକ ଏସ୍‌ସିବି ମେଡ଼ିକାଲ୍‌ କଲେଜ ଓ ହସ୍‌ପିଟାଲ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ୍‌ର ବିଶ୍ୱସ୍ତରୀୟ େୱବ୍‌ସାଇଟ୍‌, ପୁରାତନ ଛାତ୍ରସଂଘ ଏବଂ ଏହାର େୱବ୍‌ସାଇଟ୍‌କୁ ଲୋକାର୍ପଣ କରିଛନ୍ତି। ଏହି େୱବ୍‌ସାଇଟ୍‌ ଦ୍ୱାରା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ୍‌ ତା’ର ବିଶ୍ୱସ୍ତରୀୟ ଡିଜିଟାଲ୍‌ ଉପସ୍ଥିତି ଓ ପୁରାତନ ଛାତ୍ରସଂଘକୁ ପରିଚିତ କରାଇବ ବୋଲି ସନ୍ତୋଷ ବ୍ୟକ୍ତ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ୫-‘ଟି’ ସୂତ୍ର ଆଧାରରେ ଏହି ଅନୁଷ୍ଠାନକୁ ବିଶ୍ୱସ୍ତରୀୟ କରାଯିବ ଏବଂ ଏହା ସମସ୍ତଙ୍କୁ ଆକର୍ଷିତ କରିବ ବୋଲି ଉଲ୍ଲେଖ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୭୬ ବର୍ଷରୁ ଊର୍ଦ୍ଧ୍ୱକାଳ ଧରି ସେବା ଯୋଗାଇବାର ଗୌରବମୟ ଇତିହାସ ବହନ କରିଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ୍‌ ଦେଶର ପୁରାତନ ସ୍ୱାସ୍ଥ୍ୟାନୁଷ୍ଠାନମାନଙ୍କ ମଧ୍ୟରେ ଅନ୍ୟତମ, ଏପରିକି ବିଶ୍ୱର ଅନେକ ସ୍ୱାସ୍ଥ୍ୟାନୁଷ୍ଠାନ ମଧ୍ୟରେ ପୁରାତନ। ବର୍ତ୍ତମାନର କୋଭିଡ୍‌-୧୯ ସଂକଟ କାଳରେ ଏହା ସାରା ରାଜ୍ୟରେ ଆନୁଷ୍ଠାନିକ ଦକ୍ଷତା ବୃଦ୍ଧିରେ ସହାୟକ ହୋଇଛି। ଗତ ୭୬ ବର୍ଷ ମଧ୍ୟରେ ଏହି ଅନୁଷ୍ଠାନ ଲକ୍ଷାଧିକ ଲୋକଙ୍କ ସେବା କରିଛି ଏବଂ ଗତ ୧୦ ବର୍ଷ ମଧ୍ୟରେ ୧୭ ନିୟୁତ ଲୋକଙ୍କୁ ସେବା ଯୋଗାଇପାରିଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର୍‌. ବାଲ୍‌କି୍ରଷ୍ଣନ୍‌, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରଦୀପ୍ତ କୁମାର ମହାପାତ୍ର ଉପସ୍ଥିତ ଥିବାବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-‘ଟି’) ଭି.କେ. ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories