www.samajalive.in
Monday, December 15, 2025
26.1 C
Bhubaneswar

ପ୍ରଫେସର ଡାକ୍ତର ଗୌତମ ଶତପଥୀ କଟକ ବଡ ମେଡିକାଲ ଭାରପ୍ରାପ୍ତ ଅଧିକ୍ଷକ ନିଯୁକ୍ତ

ଡେସ୍କ: ପ୍ରଫେସର ଡାକ୍ତର ଗୌତମ ଶତପଥୀଙ୍କୁ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ନୂଆ ଭାରପ୍ରାପ୍ତ ଅଧିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସମ୍ପ୍ରତି ପ୍ରଫେସର ଶତପଥୀ ଅସ୍ଥିଶଲ୍ୟ ବିଭାଗରେ କାର୍ଯ୍ୟରତ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଭାରପ୍ରାପ୍ତ ଅଧିକ୍ଷକ ଭାବେ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି।

ପୂର୍ବରୁ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଭାରପ୍ରାପ୍ତ ଅଧିକ୍ଷକ ଦାୟିତ୍ୱରେ ଥିଲେ ପ୍ରଫେସର ଡାକ୍ତର ଲୁସି ଦାସ। ପ୍ରଫେସର ଦାସଙ୍କୁ ୨୦୨୪ ଅଗଷ୍ଟ ମାସରେ ଏହି ପଦବୀରେ ଅବସ୍ଥାପିତ କରାଯାଇଥିଲା। ଗତବର୍ଷ ସେପ୍ଟେମ୍ବରରୁ ଅଧିକ୍ଷକ ପଦବୀ ଖାଲି ପଡିଥିବା ବେଳେ ରାଜ୍ୟ ସରକାର କେବେ ପୂର୍ଣ୍ଣକାଳୀନ ଅଧିକ୍ଷକ ନିଯୁକ୍ତ କରିବେ ସେ ନେଇ ସତ୍ୟପାଠ ଜରିଆରେ ଜଣାଇବାକୁ ଓଡିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories