www.samajalive.in
Monday, December 8, 2025
13.1 C
Bhubaneswar

୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ।

ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଥିଲେ। ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

- Advertisement -

ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ ରାଜ୍ୟରେ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବା ଆବଶ୍ୟକ। ଆଗକୁ ମଧ୍ୟ, ଡ୍ରପ ଆଉଟ୍‌ ହାର କମାଇବା ପାଇଁ ଅଧିକ ଉଚ୍ଚ ବିଦ୍ୟାଳୟକୁ ଅପ ଗ୍ରେଡେସନ କରାଇବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଆଦିବାସୀ ବହୁଳ ଜିଲ୍ଲା ଗୁଡିକରେ ଏହା ବିଶେଷ ଭାବରେ କାର୍ଯ୍ୟକାରୀ ହେଉଛି। ତେବେ ଏହାର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଆଦିବାସୀ ଅଞ୍ଚଳ ଗୁଡିକରେ ଥିବା ହଷ୍ଟେଲ ଗୁଡିକର ଉନ୍ନତିକରଣର ଆବଶ୍ୟକତା ରହିଛି । ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ଏକଲବ୍ୟ ମଡେଲ ସ୍କୁଲ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ଓଡିଶା ପାଇଁ ୧୧୪ଟି ସ୍କୁଲ ପାଇଁ ଅନୁମୋଦନ ଥିବାବେଳେ ବର୍ତ୍ତମାନ ସୁଦ୍ଧା ୩୨ଟି ସ୍କୁଲ କାର୍ଯ୍ୟକାରୀ କରୁଛି ଏବଂ ଏ ବର୍ଷ ଆଉ ୧୫ଟି ସ୍କୁଲ ଖୋଲିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ବିଦ୍ୟାଳୟ ପାଇଁ ଯାହାସବୁ ଅନୁମୋଦନ ଆବଶ୍ୟକ, ବିଶେଷ କରି ଜଙ୍ଗଲ ଜମି ଅନୁମୋଦନ ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଏହି ସ୍କୁଲ ଗୁଡିକୁ ଶୀଘ୍ର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହାସହିତ ବୈଠକରେ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ପିଲାଙ୍କ ଡ୍ରପ୍ ଆଉଟ୍‌ ରୋକିବା ପାଇଁ ମାଧୋ ସିଂ ହାତଖର୍ଚ୍ଚ ଯୋଜନା, ଜଙ୍ଗଲ ଜମି ଅଧିକାର ଯୋଜନା, ଅନ୍ବେଷା, ପି.ଏମ୍‌ ଜନମନ୍, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା ।

ବୈଠକରେ ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ  ରୂପାରୋଷନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories