www.samajalive.in
Tuesday, December 9, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ କୃଷି ଭବନ ଅଡିଟୋରିୟମ୍‌ରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କି୍ରୟାଶୀଳ କରିବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ। “୨୦୩୬ରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆମର ଲକ୍ଷ୍ୟ” ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଛନ୍ତି। ଡିଇଓ ଏବଂ ବିଇଓମାନେ ଏବଂ ସିଆର୍‌ସିସିମାନେ ବିଦ୍ୟାଳୟ ପର୍ଯ୍ୟବେକ୍ଷଣ କରିବା, ଛାତ୍ରମାନଙ୍କ ନାମଲେଖା, ଶତପ୍ରତିଶତ ପିଲା ଦଶମ ପରୀକ୍ଷା ଦେବା, ଡ୍ରପ୍‌ ଆଉଟ୍‌ କମାଇବା, ପିଲାମାନଙ୍କୁ ପୁନଃ ସ୍କୁଲକୁ ଫେରାଇ ଆଣିବା ଏବଂ ଛୁଟିରେ ଶିକ୍ଷକମାନେ ପିଲାମାନଙ୍କ ଘରକୁ ଯାଇ ସେମାନଙ୍କ ପାଠ୍ୟକ୍ରମ ସଂପର୍କରେ ପଚାରି ବୁଝିବା ବାବଦରେ ମନ୍ତ୍ରୀ ଶ୍ରୀ ଦାଶ ଗୁରୁତ୍ୱ ପ୍ରଦାନ କରିଥିଲେ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଆଶ୍ୱଥୀ ଏସ୍‌. ଶିକ୍ଷାର ବିକାଶ ଏବଂ ବିଭାଗର ସମସ୍ତ ସ୍କିମ୍‌ ତଥା ଉଦ୍ୟମର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ଡିଇଓ ଏବଂ ବିଇଓମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଅନୁପମ ସାହା, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଏସ୍‌ସିଇଆର୍‌ଟିର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ସମ୍ବଲପୁର ଜୋନର ୧୨ଟି ଜିଲାରୁ ଆସିଥିବା ସମସ୍ତ ଡିଇଓ ଏବଂ ବିଇଓଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories