www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ସମସ୍ତେ ପ୍ରୟାସ କରିବା ଆବଶ୍ୟକ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ବାଲେଶ୍ୱର ଗସ୍ତରେ ଯାଇ ଜିଲାସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀରେ ଅନୁଷ୍ଠିତ ହେଉଥିବା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ବିଶ୍ୱସ୍ତରରେ ଯେଉଁମାନେ ମହାନ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ସେମାନଙ୍କ ମୂଳରେ ଶିକ୍ଷକ ଓ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନର ସରକାରୀ ଓ ବେସରକାରୀ ସ୍କୁଲ ମଧ୍ୟରେ ତାରତମ୍ୟ ଓ ଶିକ୍ଷାଦାନ ବିଷୟରେ ମଧ୍ୟ ସେ ଅବତାରଣା କରିଥିଲେ। ରାଜ୍ୟରେ ଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ସମସ୍ତେ ପ୍ରୟାସ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଥିଲେ।

 

- Advertisement -

ଶିକ୍ଷା ଭରଣା କାର୍ଯ୍ୟକ୍ରମକୁ କିପରି ଭାବରେ ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀମାନେ କାର୍ଯ୍ୟକାରୀ କରିପାରିବେ ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ଦାଶ ବିଶଦ ଆଲୋଚନା କରିଥିଲେ। ବାଲେଶ୍ୱର ଜିଲା ଶିକ୍ଷା ଅଧିକାରୀଙ୍କ ଅଧୀନରେ ଆର୍‌ଏ ସ୍କିମ୍‌ରେ ୪ ଜଣ ମହିଳାଙ୍କୁ ମନ୍ତ୍ରୀ ଶ୍ରୀ ଦାଶ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ଜିଲାର କାର୍ଯ୍ୟକାରୀ ହେଉଥିବା ‘ମୋ ସ୍କୁଲ’ ଯୋଜନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରେସନାଲାଇଜେସନ୍‌ ଅଫ୍‌ ଟିଚରସ୍‌ ଆପଏଣ୍ଟମେଣ୍ଟ ଅଫ୍‌ ନ୍ୟୁ ହାଇସ୍କୁଲ ଟିଚରସ୍‌, ମର୍ଜର ଓ ଡି-ମର୍ଜର ଅଫ୍‌ ସ୍କୁଲସ୍‌, ପାରଦର୍ଶୀ ପୋର୍ଟାଲର କାର୍ଯ୍ୟକାରିତା, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ, ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ୍‌ ପ୍ରାପ୍ତିଗୁଡ଼ିକୁ କିପରି ସଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରିବ ସେ ନେଇ ସେ ନିର୍ଦେଶ ଦେଇଥିଲେ। ବଲେଶ୍ୱର ଜିଲ୍ଲାକୁ ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ଅଗ୍ରଗଣ୍ୟ ଜିଲା ଭାବେ ଗଢ଼ିତୋଳିବାକୁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଏହି ବୈଠକରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାଶ, ନୀଳଗିରି ବିଧାୟକ. ସୁକାନ୍ତ କୁମାର ନାୟକ, ବାଲେଶ୍ୱର ଜିଲା ପରିଷଦ ସଭାପତି ନାରାୟଣ ଚନ୍ଦ୍ର ପ୍ରଧାନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ସମ୍ବିତ କୁମାର ନାୟକ, ବାଲେଶ୍ୱର ଜିଲା ଅତିରିକ୍ତ ଜିଲାପାଳ ନୀଲୁ ମହାପାତ୍ର ଓ ଜିଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories