www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ୧୦ରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ବନ୍ଦ : ଏଓଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସହିତ ଓମିକ୍ରନ ସଂକ୍ରମଣ ବଢ଼ିବାରେ ଲାଗିଛି । କରୋନା ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର କଟକଣାକୁ ଆହୁରି କଡ଼ାକଡ଼ି କରିଛନ୍ତି । ଆସନ୍ତା ୧୦ରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ । କେବଳ ମେଡିକାଲ କଲେଜ ଓ ନର୍ସିଂ କଲେଜ ବ୍ୟତୀତ ରାଜ୍ୟର ସମସ୍ତ କଲେଜ ବନ୍ଦ ରହିବ । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ବନ୍ଦ ନେଇ ଏସଆରସିଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଅନଲାଇନ୍ କ୍ଲାସ କରିବେ ବୋଲି କୁହାଯାଇଛି ।
ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ସମସ୍ତ ହଷ୍ଟେଲ ମଧ୍ୟ ୧୦ରୁ ବନ୍ଦ ହେବ । ଯେଉଁ ପିଲାଙ୍କ ଶିକ୍ଷାଗତ କାର୍ଯ୍ୟକଳାପ ଥିବ, ସେମାନେ ଅଣ୍ଡରଟେକିଂ ଦେବେ । ସେହି ଛାତ୍ରଛାତ୍ରୀମାନେ ଅଣ୍ଡରଟେକିଂ ଦେଇ ହଷ୍ଟେଲରେ ରହିପାରିବେ। ଚାଲୁ ରହିଥିବା ସବୁ ଅଫଲାଇନ୍ ପରୀକ୍ଷା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ସମସ୍ତ ଶିକ୍ଷକ, କର୍ମଚାରୀ ଡ୍ୟୁଟି କରିବେ। ଅଫଲାଇନରେ ଚାଲୁଥିବା ସମସ୍ତ କୋଚିଂ ବନ୍ଦ ହେବ, କେବଳ ଅନଲାଇନରେ ସେସବୁ ଚାଲିବ ।
ରାଜ୍ୟରେ କରୋନା ସହିତ ଓମିକ୍ରନ ବଢ଼ିବାରେ ଲାଗିଛି । ଜାନୁଆରୀ ମାସର ଗାଇଡଲାଇନ୍ ଆଜିଠାରୁ ଲାଗୁ ହେବ। ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଜାରି ହେବ । ଦୋକାନ ବଜାର, ସପିଙ୍ଗ୍‌ ମଲରେ ଭିଡ଼ ନିୟନ୍ତ୍ରଣ କରିବାକୁ ନିର୍ଦେଶ ଦିଆଯାଇଛି । ନିୟମ ଉଲ୍ଲଙ୍ଘନ କଲେ ୭ ଦିନ ପାଇଁ ମଲ୍‌, ଦୋକାନ ବନ୍ଦ ହେବ । ରାସ୍ତାକଡ଼ ଦୋକାନରେ, ସର୍ବାଧିକ ୫ ଗ୍ରାହକ ରହିବେ ବୋଲି କୁହାଯାଇଛି । ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ଆଜି ଠାରୁ ୫୦ ପ୍ରତିଶତ କର୍ମଚାରୀଙ୍କ ଉପସ୍ଥିତିରେ ଚାଲିବ ।ଏହି ସମୟରେ ମୋବାଇଲ ଓ ପାଟ୍ରୋଲିଂ କଡ଼ାକଡ଼ି କରାଯିବ ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories