www.samajalive.in
Thursday, December 11, 2025
27.1 C
Bhubaneswar

କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଯାଇଅଛି। ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଅଶୋକ କୁମାର ତରିଆ ସଭାପତିତ୍ବ  କରିଥିବା ବେଳେ, ସ୍କୁଲ ପରିଚାଳନା କମିଟି ସଭାପତି ରଶ୍ମିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ । ପୁରାତନ  ଛାତ୍ରୀ ସିମ୍ରନ କୌର ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ। କଣ୍ଟାବାଞ୍ଜି ଏନଏସି  ଗୋଷ୍ଠି ସାଧନ କର୍ମୀ ଦିନେଶ ମହାନନ୍ଦ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ୟରେ ବାର୍ଷିକ ଉତ୍ସବର ଉଦ୍ଦେଶ୍ୟ ଓ ଶେଷ ବର୍ଷର ଛାତ୍ରୀ ମାନଙ୍କୁ  ଶୁଭେଚ୍ଛା ଜରାଇ ଥିଲେ । ପରେ ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ  ହୋଇଥିଵା ବେଳେ, ଶିକ୍ଷକ ଉପେନ୍ଦ୍ର ଚନ୍ଦନ ମଞ୍ଚ ପରିଚାଳନା କରି ଥିଲେ। କାର୍ଯ୍ୟକ୍ରମରେ କୃତୀ  ଛାତ୍ରୀଙ୍କୁ ପୁରସ୍କୃତ କରାଯାଇ ଥିଲା। ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମରେ ଅଂଶଗ୍ରଣ କରିଥିଲେ।

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories