www.samajalive.in
Sunday, December 14, 2025
26.1 C
Bhubaneswar

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ବର : ବୁଧବାରଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରହିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ । ତାପମାତ୍ରା ବୃଦ୍ଧି ଯୋଗୁଁ ପିଲାମାନେ ଯେପରି ଅସୁବିଧାରେ ନପଡନ୍ତି ସେଥିପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ହଷ୍ଟେଲରେ ଥିବା ପିଲାମାନେ ଘରକୁ ନଫେରି ହଷ୍ଟେଲରେ ରହି ପଢିପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦକୁ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ଅଙ୍ଗନବାଡିକୁ ସକାଳୁଆ କରାଯାଇଥିଲା । କିନ୍ତୁ ଏବେ ରାଜ୍ୟର ସମସ୍ତ ଅଙ୍ଗନବାଡି ମଧ୍ୟ ବନ୍ଦ ରହିବ । ତେବେ ଯେଉଁ ପିଲାମାନେ ଖାଦ୍ୟ ପେୟର ସୁବିଧା ପାଉଥିଲେ ସେମାନଙ୍କୁ ପ୍ରଶାସନ ତରଫରୁ ତାଙ୍କ ଘରେ ଖାଦ୍ୟ ପେୟ ଯୋଗାଇ ଦିଆଯିବ । ନିୟମକୁ ଅବମାନନା କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories