www.samajalive.in
Thursday, December 11, 2025
15.1 C
Bhubaneswar

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ

ଜି ଉଦୟଗିରି : ଜି ଉଦୟଗିରି ବ୍ଲକ ଅନ୍ତର୍ଗତ ରଟିଙ୍ଗିଆ ଠାରେ ଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୮ତମ ପ୍ରତିଷ୍ଠା ଦିବସ ପ୍ରଧାନ ଶିକ୍ଷକ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ୍, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସେବା ନିବୃତ ଶିକ୍ଷକ ବଳରାମ ସାହୁ, ସରପଞ୍ଚ ବିଷ୍ଣୁଦେବ ପ୍ରଧାନ, ବନାଞ୍ଚଳ ଅଧିକାରୀ ମିନାକ୍ଷୀ କୁମୁରା,ଶିକ୍ଷକ ପଦାରବିନ୍ଦ ଆଚାର୍ଯ୍ୟ ପ୍ରମୁଖଙ୍କ ସହ ପ୍ରତିଷ୍ଠାତା ସଭ୍ୟମାନେ ଯୋଗଦେଇଥିଲେ।
ବିଦ୍ୟାଳୟର ୨୮ତମ ବର୍ଷ ପୂର୍ତ୍ତ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ସଭ୍ୟ ବିଜୟ କୁମାର ନାୟକ ନିଜ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ ଏବଂ ଭବିଷ୍ୟତ ଲକ୍ଷ୍ୟ ପୁରଣ ବାବଦରେ ଶିକ୍ଷକ ମାନେ ଧ୍ୟାନ ଦେବାକୁ ଅତିଥି ବୃନ୍ଦ ନିଜ ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ। ଆଜିର ପ୍ରତିଷ୍ଠା ଦିବସରେ ପରିବେଶକୁ ସ୍ବଛ ଏବଂ ସୁସ୍ଥ ରଖିବାକୁ ହେଲେ ଗଛ ଲଗାଇବା ଏକ ମହତ୍ କାର୍ଯ୍ୟ, ଯାହାକି ଦୈନନ୍ଦିନ ଜୀବନରେ ପ୍ରାଣୀ ଜଗତ ବଞ୍ଚିବା ପାଇଁ ସ୍ବଛ ବାତାବରଣ ସୃଷ୍ଟି ହୋଇପାରିବ ବୋଲି ବାନାଞ୍ଚଳ ଅଧିକାରୀ ମିନାକ୍ଷୀ କୁମୁରା  ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ଶେଷରେ ସଂସ୍କୃତ ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଏ. ପି. ଜେ. ଅବଦୁଲ୍ କଲାମଙ୍କ ତିରୋଧାନ ଦିବସ ପାଳନ କରିବା ସହିତ ବିଦ୍ୟାଳୟରେ ବନମହୋତ୍ସବ ପାଳନ କରାଯାଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories