www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟାଳୟ, କନିଷ୍ଠ ମହାବିଦ୍ୟାଳୟ ଛୁଟି

ଭୁବନେଶ୍ବର : ରାଜ୍ୟରେ ଲଘୁଚାପ ଯୋଗୁଁ ଲାଗି ରହିଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୧୨ ଜିଲାର ସମସ୍ତ ବିଦ୍ୟାଳୟ ଓ କନିଷ୍ଠ ମହାବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଦୁଇ ଦିନ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି। ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ପାଣି ପାଗ ବିଭାଗର ଆକଳନ ଅନୁସାରେ ସ୍ବତନ୍ତ୍ର ରିଲିଫ ଆୟୁକ୍ତ ପ୍ରଦୀପ ଜେନା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ମଧ୍ୟରେ ଏନେଇ ଆଲୋଚନା ହୋଇଥିଲା। ଲାଲ ସତର୍କତା(ରେର୍ଡ ୱାର୍ଣ୍ଣିଂ) ଜାରି ହୋଇଥିବା ବାରଟି ଜିଲାରେ ପ୍ରବଳରୁ ଅତିବପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିଯୋଗୁଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଢେଙ୍କାନାଳ, ନୟାଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଜିଲାରେ ଥିବ‌ା ସମସ୍ତ ବିଦ୍ୟାଳୟ ଦୁଇ ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ୧୩ ଓ ୧୪ ତାରିଖ ଦୁଇ ଦିନ ବିଦ୍ୟାଳୟ ବନ୍ଦ ରଖିବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଶିକ୍ଷାନୁଷ୍ଠାନ ଆସିବେ ନାହିଁ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories