www.samajalive.in
Sunday, December 14, 2025
26.1 C
Bhubaneswar

ପାଗ ବଦଳିଲା : ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ବର : ରାଜ୍ୟର ସମସ୍ତ ବିଦ୍ୟାଳୟ ଶୁକ୍ରବାର ଖୋଲିବ। ପାଗରେ ପରିବର୍ତ୍ତନ ଯୋଗୁଁ ସରକାର ତାଙ୍କ ପୂର୍ବ ନିଷ୍ପତ୍ତିକୁ ବଦଳାଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶାନାମା ଜାରି ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି, ପାଗରେ ପରିବର୍ତ୍ତନ ଆସିଥିବାରୁ ଜୁନ୍ ୨୬ ପରିବର୍ତ୍ତେ ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଫଣି ପ୍ରଭାବରେ କ୍ଷତିଗ୍ରସ୍ତ ବିଦ୍ୟାଳୟ ମରାମତି କାମ ଚାଲି ଥିବାବେଳେ ଅଧିକାଂଶ ବିଦ୍ୟାଳୟରେ ମରାମତି ସରିଛି। ଯେଉଁ ବିଦ୍ୟାଳୟରେ ମରାମତି କାମ ସରି ନଥିବ; ସେହି ବିଦ୍ୟାଳୟର ଛାତ୍ରଛାତ୍ରୀ ପାଖରେ ଥିବା ବିଦ୍ୟାଳୟକୁ ଆସି ପାଠ ପଢ଼ିବେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଜୁନ୍ ୧୮ ପର୍ଯ୍ୟନ୍ତ ବିଦ୍ୟାଳୟ ଛୁଟି କରାଯାଇଥିଲା। ୧୯ରେ ସମସ୍ତ ବିଦ୍ୟାଳୟ ଖୋଲିବାକୁ ସ୍ଥିର ହୋଇଥିଲେ ହେଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଗ୍ରୀଷ୍ମ ଅବକାଶ ଜୁନ୍ ୨୫ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଥିଲା। ହେଲେ ପାଗ ବଦଳିଯିବା ସହିତ ଆଗକୁ ମୌସୁମି ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ସମସ୍ତ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଆସନ୍ତାକାଲିଠାରୁ ରାଜ୍ୟର ସମସ୍ତ ସରକାରୀ, ଘରୋଇ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories