www.samajalive.in
Sunday, December 14, 2025
26.1 C
Bhubaneswar

ଦୀପାବଳୀ ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ପାଇଁ ଖୋଲିପାରେ ସ୍କୁଲ:ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଦୀପାବଳି ଓ କାଳୀପୂଜା ପରେ ସ୍କୁଲ ଖୋଲିପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଏନେଇ ଆଜି ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଦୀପାବଳୀ ପରେ ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ସଂପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ ଅନୁଯାୟୀ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବାକୁ ଯୋଜନା ରହିଛି।

ଦୀର୍ଘଦିନ ହେଲେ କରୋନା ପାଇଁ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ସ୍କୁଲ ଖୋଲିବା ଏକ ସ୍ୱାଭାବିକ ପ୍ରକ୍ରିୟା। କରୋନାର ତୃତୀୟ ଲହର ଦୁର୍ବଳ ହେଉଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଥିବାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ପାଇଁ ସ୍କୁଲ ଖୋଲାଯିବ। ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି। ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ ରହିଛି। ବର୍ତ୍ତମାନ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି। ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories