www.samajalive.in
Saturday, December 6, 2025
26.1 C
Bhubaneswar

ନୂଆ ବର୍ଷରେ ଖୋଲିବ ସ୍କୁଲ

ଭୁବନେଶ୍ବର: ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି କରାଯାଇଛି। ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ତେବେ ସ୍କୁଲ ବନ୍ଦ ସତ୍ତ୍ବେ ସମସ୍ତ ପ୍ରକାର ପରୀକ୍ଷା ଓ ମୂଲ୍ୟାୟନ ଜାରି ରହିବ। ଅନ୍‌ଲାଇନ୍‌ ଓ ଦୂର ନିରନ୍ତର ଶିକ୍ଷା ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଅନ୍‌ଲାଇନ୍‌ ଶିକ୍ଷା ଓ ଟେଲି କାଉନ୍‌ସେଲିଂ ପାଇଁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସ୍କୁଲ ଆସିବେ। ଶିକ୍ଷା ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏସ୍‌ଓପି ଅନୁସାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣଶିକ୍ଷକ ସ୍କୁଲ ଆସିବେ। କିଛି ରାଜ୍ୟରେ କୋଭିଡ୍‌ର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ତେଣୁ ୨୦୨୦ ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ଓ ଏହାପରେ ୨୦୨୧ ନୂଆ ବର୍ଷରେ ସ୍କୁଲ ଖୋଲାଯିବା ନେଇ ପଦକ୍ଷେପ ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ  ନିଷ୍ପତ୍ତି ନେଇଛି।


ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ରାଜ୍ୟରେ ଆସନ୍ତା ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ ରହିବ। ରାଜ୍ୟ ସରକାର କୋଭିଡ୍ ସଂକ୍ରମଣକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ସ୍କୁଲ ବନ୍ଦ ରହିଲେ ବି ପରୀକ୍ଷା ଓ ନାମଳେଖା ପ୍ରକ୍ରିୟା ଜାରି ରହିବ। ସେହିଭଳି ଅନ୍‌ଲାଇନ୍‌ କ୍ଲାସ ମଧ୍ୟ ପୂର୍ବ ପରି ଚାଲିବ। ଡିସେମ୍ବର ଦ୍ବିତୀୟ ସପ୍ତାହରେ କୋଭିଡ-୧୯ର ଦ୍ବିତୀୟ ସଂକ୍ରମଣ ଲହର ଆସିବାର ଆଶଙ୍କା ରହିଛି। ଏ ନେଇ ଗତ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଥିଲେ ଓ ସତର୍କ କରାଇଥିଲେ। ଆଜି ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଏ ନେଇ ନିର୍ଦେଶନାମା ଜାରି କରିଛନ୍ତି।

- Advertisement -


ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଥିଲେ ଯେ ଚଳିତ ମାସରେ ସ୍କୁଲ୍‌ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ନିଆଯାଇଥିଲା, ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପାଇଁ ଆଉ ସ୍କୁଲ୍‌ ଖୋଲାଯିବ ନାହିଁ। ଚଳିତ ମାସରେ ଏହି ଶ୍ରେଣୀ ଖୋଲିବା ପାଇଁ ନିଆଯାଇଥିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ରାଜ୍ୟରେ ଡିସେମ୍ବରରେ ଦ୍ୱିତୀୟ ପର୍ୟ୍ୟାୟ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀ ଦାଶ ପ୍ରକାଶ କରିଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories