ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ, ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ।
ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ବିଦ୍ୟାଳୟମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ବିଦ୍ୟାଳୟଗୁଡ଼ିକର ଛୁଟି ଘୋଷଣା କରିପାରିବେ । ପୁନଶ୍ଚ, ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦେଶ ଦିଆଯାଇଛି।



