www.samajalive.in
Thursday, December 11, 2025
13.1 C
Bhubaneswar

ରାଜ୍ୟରେ ୭ରୁ ଖୋଲିବ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟ

ଭୁବନେଶ୍ବର: ରାଜ୍ୟରେ ଫେବୃଆରୀ ୭ରୁ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବ। ସେହିପରି ଫେବୃଆରୀ ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ ବୋଲି ମୁଖ୍ୟଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସ୍କୁଲକଲେଜ ଗୁଡ଼ିକରେ କୋଭିଡ କଟକଣା ମାନି ପାଠପଢ଼ା ହେବ। ଉଭୟ ଅନଲାଇନ ଓ ଅଫଲାଇନରେ ଛାତ୍ରଛାତ୍ରୀ ପାଠ ପଢ଼ିପାରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ପ୍ରକାଶ କରିଛନ୍ତି।

- Advertisement -

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି ଯେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ କରୋନା ସଂକ୍ରମଣସ୍ଥିତି ହ୍ରାସ ପାଇଥିବାରୁ ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଟେକ୍ନିକାଲ, ପ୍ରଫେସନାଲ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଅଷ୍ଟମ ଶ୍ରେଣୀରୁ ଉପରକୁ ଅର୍ଥାତ ଅଷ୍ଟମ ଶ୍ରେଣୀ, ନବମ ଶ୍ରେଣୀ, ଦଶମ ଶ୍ରେଣୀ, ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଏବଂ ଯୁକ୍ତ ତିନି ଓ ପିଜି ସମେତ ବିଭିନ୍ନ ବୈଷୟିକ ଓ ବୃତ୍ତିଭିତ୍ତିକ ପାଠ୍ୟକ୍ରମ ପାଇଁ ୭ରୁ  ଶିକ୍ଷାନୁଷ୍ଠାନ ଖୋଲାଯିବ। ଆସନ୍ତା ୭ ତାରିଖ ଅର୍ଥାତ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ଶିକ୍ଷାନୁଷଠାନଗୁଡ଼ିକର ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ୍ ଏବଂ ଅଫଲାଇନରେ କ୍ଲାସ କରିପାରିବେ  ବୋଲି ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

ସେହିପରି ଫେବୃଆରୀ ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କଲ । କେଜିରୁ ୯ମ ଯାଏଁ କ୍ଲାସ ପ୍ରମୋସନ୍ ପରୀକ୍ଷା ହେବ । ଏହି ପରୀକ୍ଷା କ୍ଲାସରୁମ ଆସେସମେଣ୍ଟ ଆଧାରରେ ହେବ । ଅପରପକ୍ଷରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ବୋର୍ଡ ବ୍ୟବସ୍ଥା କରିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories