www.samajalive.in
Sunday, December 14, 2025
26.1 C
Bhubaneswar

ଲଗାଣ ବର୍ଷାରେ ବେହାଲ ତାମିଲନାଡୁ: ସ୍କୁଲ , କଲେଜ ଛୁଟି ଘୋଷଣା

ଚେନ୍ନାଇ : ତାମିଲନାଡୁରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । କିଛି ଦିନର ଲଗାଣ ବର୍ଷାରେ ପୁରା ବେହାଲ ହୋଇପଡିଛି ତାମିଲନାଡୁର ଏକାଧିକ ଜିଲ୍ଲା । ମୁଖ୍ୟତଃ ରାଜଧାନୀ ଚେନ୍ନାଇରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ପୁରା ସହର ଜଳମଗ୍ନ ହୋଇପଡିଛି। ରାସ୍ତାଘାଟ , ଘରଦ୍ବାର ସବୁଠି ଆଣ୍ଠୁଏ ଆଣ୍ଠୁଏ ପାଣି ଜମି ରହିଛି। ଫଳରେ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏପରିକି ବର୍ଷାକୁ ଆଖି ଆଗରେ ରଖି ଅନେକ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ନାଗାପାଟ୍ଟିନମ୍, କିଲଭେଲୁର ତାଲୁକ, ଭିଲୁପୁରମ ଏବଂ କୁଡାଲୋର ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏସବୁ ଅଞ୍ଚଳରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ସେପଟେ ଆସନ୍ତା ସାତ ଦିନ ପର୍ଯ୍ୟନ୍ତ ତାମିଲନାଡୁର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଇଏମଡି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories