www.samajalive.in
Monday, December 15, 2025
17.1 C
Bhubaneswar

ବ୍ଲକସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ

ଅମର୍ଦ୍ଦାରୋଡ଼: ବସ୍ତା ବ୍ଲକ୍ କରୁଆ ପଞ୍ଚାୟତ ଅନ୍ତର୍ଗତ ଗଦାଧର କର ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ମେଳା ବୁଧବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ବସ୍ତା ଗୋଷ୍ଠୀ ଶିକ୍ଷାଧିକାରୀ ସୁଧାଂଶୁ ଶେଖର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ମୁଖ୍ୟ ବକ୍ତା ଜିଲା ବିଜ୍ଞାନ ପରିଦର୍ଶକ ହରେନ୍ଦ୍ର ମହନ୍ତ, ସମ୍ମାନିତ ଅତିଥି ବସ୍ତା ବିଧାୟିକା ସୁବାସିନୀ ଜେନା, ସାଂସଦ ପ୍ରତିନିଧି ପ୍ରଦୀପ କୁମାର ପଣ୍ଡା, ବିଜେପି ନେତା ରବୀନ୍ଦ୍ର ନାଥ ଅଣ୍ଡିଆ, ବସ୍ତା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୋମନାଥ ଦାସ, ବାସନ୍ତୀ ପୁଷ୍ଟି, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭିରାମ କାମିଳା, ବିଜ୍ଞାନ ସଂଯୋଜକ ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗ ଦେଇ ବିଜ୍ଞାନର ଆବଶ୍ୟକତା ଓ ଉପାଦେୟତା ବିଷୟରେ ଆଲୋକପାତ କରିବା ସହିତ ବିଜ୍ଞାନକୁ ସମାଜ,ରାଷ୍ଟ୍ରର କଲ୍ୟାଣ ଓ ବିଶ୍ୱ ଶାନ୍ତି ପାଇଁ ବ୍ୟବହାର କରିବା ଉଚିତ ବୋଲି ମତ ପ୍ରକାଶ କରିଥିଲେ।ଏହି ଅବସରରେ ପୂର୍ବାହ୍ଣ ଅନୁଷ୍ଠିତ ହୋଇଯାଇଥିବା ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ସାର୍ଟିଫିକେଟ୍ ଓ ସିଲକପ୍ ଦେଇ ପୁରସ୍କୃତ କରାଯାଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories