www.samajalive.in
Monday, December 15, 2025
15.1 C
Bhubaneswar

ବିଶ୍ୱନାଥ ବିଦ୍ୟାପୀଠରେ ବିଜ୍ଞାନ ପ୍ରଦର୍ଶନୀ

ଆଠଗଡ : ଆଠଗଡର ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠରେ ବୁଧବାର ବିଦ୍ୟାଳୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରମେଶ କୁମାର ସ୍ୱାଇଁଙ୍କ ସଂଯୋଜନାରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସହକାରୀ ବ୍ଲକଶିକ୍ଷାଧିକାରୀ ସଂଜୟ ମହାନ୍ତି, ସମ୍ମାନିତ ଅତିଥି ଭାବେ ସିଆରସିସି ମୁରଲୀଧର ସାହୁ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀକାନ୍ତ ବେହେରା ଯୋଗଦେଇ ଏପରି ବିଜ୍ଞାନ ମେଳା ଆୟୋଜନ ଦ୍ୱାରା ବିଦ୍ୟାର୍ଥୀଙ୍କ ମଧ୍ୟରେ ବିଜ୍ଞାନ ସୃଜନଶୀଳତା ବୃଦ୍ଧି ପାଇବା ସହିତ ବିଜ୍ଞାନ ଶିକ୍ଷା ପ୍ରତି ଆଗ୍ରହ ବଢିବ ବୋଲି ମତବ୍ୟକ୍ତ କରିଥିଲେ । ବିଜ୍ଞାନ ଶିକ୍ଷୟିତ୍ରୀ ସରିତା ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ପ୍ରଦର୍ଶନୀରେ ବିଜ୍ଞାନ ଶିକ୍ଷକ ମୃତ୍ୟୁଞ୍ଜୟ ରଥ ଓ କାଶିନାଥ ସାହୁଙ୍କ ତତ୍ତ୍ୱାବଧାନରେ ଛାତ୍ରମାନେ ୬୨ଟି ବିଜ୍ଞାନ ପ୍ରକଳ୍ପ ପ୍ରସ୍ତୁତ କରି ପ୍ରଦର୍ଶିତ କରିଥିଲେ। ଖୁଣ୍ଟକଟା ନୋଡାଲ ହାଇସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ଲିଲି ମହାନ୍ତି ବିଚାରକ ଭାବେ ବିଜ୍ଞାନ ପ୍ରକଳ୍ପ ଗୁଡିକୁ ମୂଲ୍ୟାୟନ କରିଥିଲେ। ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର କନିଷ୍ଠ ଦଳରୁ ୫ଜଣ ଏବଂ ନବମ ଓ ଦଶମ ଶ୍ରେଣୀର ବରିଷ୍ଠ ବର୍ଗରୁ ୫ଜଣଙ୍କୁ ଶ୍ରେଷ୍ଠ ପ୍ରକଳ୍ପ ପ୍ରଦର୍ଶନ ପାଇଁ ପୁରସ୍କୃତ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories