www.samajalive.in
Monday, December 8, 2025
13.1 C
Bhubaneswar

ଏମଏସଏସ ବିଦ୍ୟାପୀଠରେ ବିଜ୍ଞାନ ମେଳା

ଆଠଗଡ : ଆଠଗଡ ବ୍ଲକର ଯୋରନ୍ଦାସ୍ଥିତ ମାଧବ ସାମନ୍ତ ସିଂହାର ବିଦ୍ୟାପୀଠରେ ଏକ ବିଜ୍ଞାନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷୟିତ୍ରୀ ମଧୁଲିତା ଦାଶଙ୍କ ପୌରୋହିତ୍ୟରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ସରପଞ୍ଚ କମଳା ନାୟକ ମୁଖ୍ୟ ଅତିଥି, ଶିକ୍ଷାବିତ୍‌‌ ଗନ୍ଧର୍ବସେନ ବେଉରା, ମୁଖ୍ୟବକ୍ତା, ସମିତିସଭ୍ୟ ମାନସ କୁମାର ସ୍ୱାଇଁ ଓ ସିଆରସିସି ଗଦାଧର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟରେ ବିଜ୍ଞାନମେଳା ଆୟୋଜନର ଆବଶ୍ୟକତା ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ। ଏହି ବିଜ୍ଞାନମେଳା ଆୟୋଜନ ଦ୍ୱାରା ବିଦ୍ୟାର୍ଥୀଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ବଢିବା ସଙ୍ଗେ ସଙ୍ଗେ ସେମାନଙ୍କ ମଧ୍ୟରେ ଗବେଷଣା ପ୍ରତି ଉତ୍ସାହ ବଢିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ବିଜ୍ଞାନ ଶିକ୍ଷୟିତ୍ରୀ ଦିପ୍ତୀମୟୀ ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି ବିଜ୍ଞାନମେଳାରେ ୨୫ଟି ପ୍ରକଳ୍ପ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିଲା। କନ୍ତୋଲର ଅଚ୍ୟୁତାନନ୍ଦ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷକ ପ୍ରିୟବ୍ରତ ପଟ୍ଟନାୟକ ନିରୀକ୍ଷକ ଭାବେ ପ୍ରକଳ୍ପ ଗୁଡିକର ମୂଲ୍ୟାୟନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଖାଦ୍ୟଦ୍ରବ୍ୟ ଗ୍ରାମ୍ୟ ମେଳା ମାଧ୍ୟମରେ ପ୍ରଦର୍ଶନ ଓ ବିକ୍ରୟ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories