www.samajalive.in
Saturday, December 6, 2025
23.1 C
Bhubaneswar

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

ନୂଆପଡା: ବାଇକ୍-ସ୍କୁଟି ଧକ୍କା, ଦୁଇ ମୃତ। ନୂଆପଡା ଜିଲ୍ଲା ବେଲଟୁକୁରି ଥାନା ଶରଧାପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଦୁଇ ମୃତକ ବିଳାସପୁର ଗାଁର ଦୀଲିପ୍ ଭୋଈ ଏବଂ ତୁଳାରାମ ବୋଲି ଜଣାପଡିଛି। ଆଜି ସକାଳେ ବିଳାସପୁର ଗାଁର ଦୀଲିପ୍ ଏକ ସ୍କୁଟି ଯୋଗେ ଖରିଆର ରୋଡ୍ ରୁ ସ୍କୁଟି କିଣି ଫେରୁଥିଲେ। ଏତିକିବେଳେ ସରଧାପୁର ଗାଁର ତୁଳାରାମ ତାଙ୍କ ସ୍ତ୍ରୀ ଏବଂ ୩ ବର୍ଷର ଶିଶୁକୁ ଧରି ଏକ ବାଇକ୍ ଯୋଗେ ଛତିଶଗଡ ଯାଉଥିଲେ। ସରଧାପୁର ଛକ ନିକଟରେ ସ୍କୁଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଖବର ପାଇ ବେଲଟୁକୁରି ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories