www.samajalive.in
Wednesday, December 10, 2025
16.1 C
Bhubaneswar

ଏସ୍‌ଡିସି କପ୍‌ ଫୁଟବଲ ଟ୍ରଫି, ମାସ୍କଟ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ୯ଟି ଆଦିବାସୀ ବହୁଳ ଜିଲା ଗଜପତି, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜର ୧୧୭ଟି ବ୍ଲକରେ ବସବାସ କରୁଥିବା ଆଦିବାସୀଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଉନ୍ନୟନ ପରିଷଦ (ଏସ୍‌ଡିିିସି)ଗଠନ କରିଛନ୍ତି। ସ୍ବତନ୍ତ୍ର ଉନ୍ନୟନ ପରିଷଦ (ଏସ୍‌ଡିସି) ତରଫରୁ ଏସ୍‌ଡିସି ଫୁଟବଲ କପ୍‌-୨୦୨୦ ଆୟୋଜନ କରାଯାଉଛି। ବୁଧବାର ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଏସ୍‌ଡିସି ଫୁଟବଲ କପ୍‌-୨୦୨୦ ଟ୍ରଫି, ମାସ୍କଟ ଓ ଜର୍ସି ଉନ୍ମୋଚିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର ଏବଂ ବରି​‌ଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଆଦିବାସୀଙ୍କ ଭିତରେ ଥିବା କ୍ରୀଡ଼ା ପ୍ରତିଭା ଅନ୍ବେଷଣ ଏବଂ ବିକାଶ କରିବାର ଲକ୍ଷ୍ୟ ନେଇ ଫେବୃଆରୀ ୧୪ରୁ ଆରମ୍ଭ ହୋଇଥିବା ଉକ୍ତ ପ୍ରତିଯୋଗିତାରେ ୧୭ରୁ ୩୫ ବର୍ଷ ମଧ୍ୟରେ ଉଭୟ ବାଳକ ଓ ବାଳିକା ବର୍ଗରେ ୬୦୦୦ ପ୍ରତିଯୋଗୀ ଅଂଶଗ୍ରହଣ କରୁଛନ୍ତି। ଏଥିରେ ୧୦ଟି ଦଳ ଅଂଶଗ୍ରହଣ କରୁଛନ୍ତି। ଜିଲାସ୍ତରରେ ଏହ​‌ି ପ୍ରତିଯୋଗିତା ୧୦ଟି ସ୍ଥାନରେ ଆୟୋଜିତ ହେଉଛି। ମାର୍ଚ୍ଚ ୨ରେ ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ ସେମିଫାଇନାଲ ଓ ୫ରେ କଟକର ବାରବାଟୀ ଷ୍ଟାଡ଼ିୟମରେ ଫାଇନାଲ ମ୍ୟାଚ ଖେଳାଯିବ। ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରୁଥିବା ଖେଳାଳିଙ୍କୁ ମନୋନୟନ କରାଯାଇ ପରବର୍ତ୍ତୀ ସମୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇ ରାଜ୍ୟ ଓ ଜାତୀୟସ୍ତରର ଖେଳାଳି ଭାବେ ଗଢି ତୋଳାଯିବ। ଫୁଟବଲ ଆସୋସିଏସନ ଅଫ ଓଡ଼ିଶା (ଫାଓ) ଓ ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏହି ପ୍ରତିଯୋଗିତା ଲାଗି ସମସ୍ତ ପ୍ରକାର ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ​‌ କରୁଛନ୍ତି।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories