www.samajalive.in
Sunday, December 7, 2025
23.1 C
Bhubaneswar

ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ:୪୮ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ରହିଛି। ଗତ ୨୪ଘଣ୍ଟାରେ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ଅଧିକାଂଶ ଜିଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମବଙ୍ଗ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ମୌସୁମି ଟ୍ରଫ ଲାଇନ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ୧୨ ତାରିଖରେ ୭ଟି ଜିଲା ଏବଂ ୧୩ ତାରିଖରେ ୫ଟି ଜିଲାକୁ ସତର୍କ ସୂଚନା ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, ବାଲେଶ୍ବର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ୭ଟି ଜିଲାରେ ପ୍ରବଳରୁଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାବ୍ୟତୀତ ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ୮ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ନିଂ ଜାରି କରାଯାଇଛି।
ପରବର୍ତ୍ତୀ ୨୪ଘଣ୍ଟା ଅର୍ଥାତ ୧୩ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ୫ଟି ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିବାବେଳେ ଢ଼େଙ୍କାନାଳ, ଅନୁଗୋଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। କିଛି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
୧୪ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ଭଦ୍ରକ ଜିଲାରେ ଅଧିକ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ମଧ୍ୟ ୟେଲୋ ୱାର୍ନିଂ ଜାରି କରାଯାଇଛି। ଅରେଞ୍ଜ ଓ ୟେଲୋ ୱାର୍ନିଂ ଜାରି କରାଯାଇଥିବା ଜିଲାରେ ବନ୍ୟା ପରିସ୍ଥିତିର ଆଶଙ୍କା ଥିବାରୁ ଏଠାରେ ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।
ଗତ ୨୪ଘଣ୍ଟା ମଧ୍ୟରେ କଟକରେ ସର୍ବାଧିକ ୪୬ମିମି ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ୨୭, ପାରାଦ୍ବୀପରେ ୪୫, ଭୁବନେଶ୍ବରରେ ୧୫, ବାରିପଦାରେ ୩୩, ଝାରସୁଗୁଡ଼ାରେ ୨୨, ବଲାଙ୍ଗୀରରେ ୧୨, କୋରାପୁଟରେ ୧୭, ମାଲକାନଗିରିରେ ୧୪ ମିମି ବର୍ଷା ହୋଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories