ଆଇ-ଜିଓଟି ପ୍ଲାଟଫର୍ମରେ ଶତ ପ୍ରତିଶତ କର୍ମଚାରୀମାନଙ୍କୁ ଅନ୍ତର୍ଭୁକ୍ତ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଗତ ମଙ୍ଗଳବାର ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବିଷୟରେ ଆଲୋଚନା ପୂର୍ବକ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସବୁକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ।
ବୈଠକରେ ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅନ୍ତର୍ଭୁକ୍ତ ବିଶେଷ କରି ସାଧାରଣ ଲୋକମାନଙ୍କ ଜୀବନ ଯାପନରେ ଅତ୍ୟାବଶ୍ୟକ ରହୁଥିବା ବିଭିନ୍ନ ବିଭାଗ ଦ୍ୱାରା ସେବା ପ୍ରଦାନ ବ୍ୟବସ୍ଥାକୁ କିପରି କାର୍ଯ୍ୟକାରୀ କରାଯାଉଛି, ସେ ସଂପର୍କରେ ସୁନିଶ୍ଚିତ କରିବାକୁ ବିଭାଗୀୟ ସଚିବମାନଙ୍କୁ ସାପ୍ତାହିକ ସମୀକ୍ଷା ପାଇଁ ପରାମର୍ଶ ଦିଆଯାଇଥିଲା।ସେହିପରି ଆଇ-ଜିଓଟି (ଇଣ୍ଟିଗ୍ରେଟେଡ୍ ଗଭର୍ଣ୍ଣାନ୍ସ୍ ଅନ୍ଲାଇନଟ୍ରେନିଂ) ପ୍ଲାଟଫର୍ମରେ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଶତ ପ୍ରତିଶତ ଅନ୍ତର୍ଭୁକ୍ତ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହା କର୍ମଚାରୀମାନଙ୍କୁ ଅନ୍ଲାଇନ୍ ପ୍ରଶିକ୍ଷଣ ସୁବିଧାପ୍ରଦାନ ସଙ୍ଗେସଙ୍ଗେ ସେମାନଙ୍କର ଦକ୍ଷତା ବୃଦ୍ଧି, ବ୍ୟବହାରିକ ଆବଶ୍ୟକ ପରିବର୍ତ୍ତନ ଓ ଜ୍ଞାନ କୌଶଳର ଉପଯୋଗ ନିମନ୍ତେ ଅଧିକ ସହାୟକ ହେବ।୧୫ ଡିସେମ୍ବର ସୁଦ୍ଧା ୨ଲକ୍ଷରୁ ଊର୍ଦ୍ଧ୍ବ୍ୱ କର୍ମଚାରୀମାନଙ୍କର ତଥ୍ୟ ଆଇ-ଜିଓ ଟିପ୍ଲାଟଫର୍ମରେ ପଂଜୀକରଣ କରାଯାଇଛି ଏବଂ ଏହି ସଂଖ୍ୟାରେ କ୍ରମାଗତ ବୃଦ୍ଧି ପାଉଥିବା ଜଣାଯାଇଛି।
ଏଥି ସହିତ ପଞ୍ଚାୟତିରାଜଓ ପାନୀୟ ଜଳ ବିଭାଗ ତରଫରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ସହାୟତାରେ କାର୍ଯ୍ୟକାରୀ ହେଉଥିବା ‘ଜଳଜୀ ବନମିଶନ’ର କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଓ ଆସନ୍ତା ବର୍ଷ ମଧ୍ୟରେ ଖାଲି ହେବାକୁ ଥିବା ପଦବୀର ତଥ୍ୟ ପୁନଃ ଅନୁଧ୍ୟାନ କରି ପଦବୀ ପୂରଣ ପାଇଁ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସମସ୍ତ ବିଭାଗ ତଥା ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ପରିଚାଳିତ ସିଏମ୍ଜିଆଇ(ସେଣ୍ଟର ଫର ମଡର୍ଣ୍ଣାଇଜିଂ ଗଭର୍ଣ୍ଣମେଣ୍ଟ ଇନିସିଏଟିଭ) ତରଫରୁ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି
।ଆଗାମୀ ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ ପରିପ୍ରେକ୍ଷୀରେ ପ୍ରସ୍ତୁତି କାର୍ଯ୍ୟ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ଶେଷ କରାଯିବା ସଂପର୍କରେ ଆଲୋଚନା କରାଯାଇଥିଲା।ଖୁବ ଶୀଘ୍ର ‘ବିକଶିତ ଓଡ଼ିଶା-୨୦୩୬’ ତଥା ‘ବିକଶି ତଭାରତ-୨୦୪୭’ ପାଇଁ ‘ଭିଜନ ଡକ୍ୟୁମେଣ୍ଟ’ ପ୍ରକାଶ ପାଇବାକୁ ଥିବାରୁ ଏଥିରେ ସ୍ଥାନିତ ହେବାକୁ ଥିବା ବିଭିନ୍ନ ବିଷୟର ଡ୍ରାଫ୍ଟ୍ ଯଥା ଶୀଘ୍ର ଶେଷ କରାଯିବାକୁ ପରାମର୍ଶ ଦିଆଯାଇଥିଲା। ସେହିପରି ଆଗାମୀ ୨୦୨୫-୨୬ ବଜେଟ ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ପରାମର୍ଶ ଦିଆଯାଇଥିଲା।
ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶକ ତଥା ଅତିରିକ୍ତ ମୁଖ୍ୟଶାସନ ସଚିବ ଜି.ମାଥିଭାଥନନଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ।
Comments are closed.