www.samajalive.in
Saturday, December 6, 2025
17.1 C
Bhubaneswar

ବାତ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ; ମନ୍ତ୍ରୀ କହିଲେ କାଲି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର

ସମାଜ ଡିଜିଟାଲ ଡେସ୍କ: ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସବୁ ବିଭାଗର ସଚିବ ବୈଠକରେ ଯୋଗ ଦେଇଛନ୍ତି। ବାତ୍ୟାକୁ ନେଇ ପ୍ରତ୍ୟେକ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି ସେନେଇ ବୈଠକରେ ଆଲୋଚନା ହୋଇଛି। ସମସ୍ତ ବିଭାଗ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ଓ ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ତେବେ ବିଭାଗୀୟ ମନ୍ତ୍ରୀ କହିଛନ୍ତି ଜିଲା ପ୍ରଶାସନ ପକ୍ଷରୁ ଗ୍ରାଉଣ୍ଡ ଜିରୋରେ ତଦାରଖ ଚାଲିଛି। କାଲି ସନ୍ଧ୍ୟା ସୁଦ୍ଧା ସରକାର ଆଶ୍ରୟସ୍ଥଳୀରେ ସ୍ଥାନାନ୍ତର କରାଯିବ। ଔଷଧ, ରନ୍ଧା ଓ ଶୁଖିଲା ଖାଦ୍ୟ ମହଜୁଦ ରଖାଯାଇଛି। ଗର୍ଭବତୀ, ଶିଶୁ ଓ ବୟସ୍କଙ୍କୁ ଆଗୁଆ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ରେଡ ଆଲର୍ଟ ଜାରି ହୋଇଥିବା ଜିଲାରେ ଅଧିକ ଏନଡିଆରଏଫ ଓ ଓଡ୍ରାଫ ଟିମ୍‌‌ ନିୟୋଜିତ ରହିବେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories