www.samajalive.in
Saturday, December 6, 2025
16.1 C
Bhubaneswar

ନିର୍ମାଣାଧୀନ ସୁଡ଼ଙ୍ଗର ହେବ ନିରାପତ୍ତା ଆକଳନ – କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଡେସ୍କ: ଉତ୍ତରାଖଣ୍ଡର ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡିବା ଘଟଣାରେ ତାର ନିରାପତ୍ତା ଆକଳନ କରାଯିବ ବୋଲି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି। ସୁଡ଼ଙ୍ଗ ଭିତରେ ୧୭ ଦିନ ଧରି ଫସି ରହିଥିବା ୪୧ ଜଣ ଶ୍ରମିକ ସୁରକ୍ଷିତ ଉଦ୍ଧାର ହେବା ପରେ ଟ୍ୱିଟରରେ ଏକ ଭିଡିଓ ପୋଷ୍ଟ କରି ଶ୍ରୀ ଗଡ଼କରୀ ଏହା କହିଛନ୍ତି। ସେ କହିଛନ୍ତି, ଏହିଭଳି ଘଟଣା ଆମ ପାଇଁ ପ୍ରଥମ ଥର ଘଟିଛି ଓ ଏଥିରୁ ଅନେକ କିଛି ଜଣାପଡିଛି। ଆଗାମୀ ଦିନରେ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ ଓ ଶ୍ରମିକମାନଙ୍କ ନିରାପତ୍ତାକୁ ନିଶ୍ଚିତ କରିବା ନେଇ ଏହାର ନିରାପତ୍ତା ଆକଳନ କରାଯିବ।


ତେବେ ଶ୍ରୀ ଗଡ଼କରୀ ଉଦ୍ଧାର ହୋଇଥିବା ସମସ୍ତ ଶ୍ରମିକଙ୍କୁ ଶୁଭକାମନା ଜଣାଇବା ସହ ଉଦ୍ଧାର କାର୍ଯ୍ୟରେ ସାମିଲ ସମସ୍ତ ସଂସ୍ଥାକୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories