www.samajalive.in
Saturday, December 6, 2025
23.1 C
Bhubaneswar

ସୁରକ୍ଷାକର୍ମୀ-ନକ୍ସଲ ଗୁଳିବିନିମୟ: ୬ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ଛଅ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି । ଘଟଣା ସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗତ ଦୁଇ ଦିନ ତଳେ ବିଜାପୁର ଜିଲ୍ଲାରେ ୩ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିବା ପରେ ମାଓବାଦୀ ମାନେ ବାସାଗୁଡା ଥାନା ଅନ୍ତର୍ଗତ ଚିପୁରଭାଟି ଜଙ୍ଗଲରେ ଲୁଚିଥିଲେ । ଗୁଇନ୍ଦା ବିଭାଗ ତରଫରୁ ସୁଚନା ମିଳିବା ପରେ ଡିଆରଜି, ସିଆରପିଏଫ ଏବଂ କୋବ୍ରା ବାହିନୀ ପକ୍ଷରୁ ବୁଧବାର ସକାଳେ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ତିନି ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣାସ୍ଥଳ ଛାଡି ପଳାୟନ କରିଛନ୍ତି । ପରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଘଟଣା ସ୍ଥଳରୁ ୬ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ନେଇ ଛତିଶଗଡ ଉପ ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ସୂଚନା ଦେଇଛନ୍ତି ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories