www.samajalive.in
Monday, December 15, 2025
17.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z+ ସୁରକ୍ଷା

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ଏଣିକି Z+ ସୁରକ୍ଷା ଯୋଗାଇ ଦିଆଯିବ। ରେଖାଙ୍କ ଉପରେ ଆକ୍ରମଣ ହେବା ପରେ ପୁଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯିବ। ତାଙ୍କ ସୁରକ୍ଷାରେ ୪୦ ସୁରକ୍ଷାକର୍ମୀ ନିୟୋଜିତ ରହିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଆସିବାକୁ ଥିବା ପରିଦର୍ଶକମାନଙ୍କୁ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଜରିଆରେ ଯାଞ୍ଚ କରାଯାଇ ଭିତରକୁ ପ୍ରବେଶ ଅନୁମତି ଦିଆଯିବ।

ଆକ୍ରମଣ ଘଟଣା ପରେ ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଇଁ Z  କାଟାଗୋରୀ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ସିଆରପିଏଫକୁ ନିର୍ଦେଶ ଦିଅଯାଇଥିଲା। ତେବେ ଏହାକୁ ପରେ ପ୍ରତ୍ୟାହାର କରିନିଆଯାଇଥିଲା। ଏହା ପରେ ଦିଲ୍ଲୀ ପୁଲିସ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ନିଜ ହାତକୁ ନେଇଥିଲା। ମୁଖ୍ୟମନ୍ତ୍ରୀଙ୍କ ପାଇଁ Z+ ସୁରକ୍ଷା ସହ ଅତିରିକ୍ତ ସୁରକ୍ଷାକର୍ମୀ ନିୟୋଜିତ କରିବା ନେଇ ବ୍ୟବସ୍ଥା ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ସର୍ବଦା ୪୦ କର୍ମଚାରୀ ସୁରକ୍ଷା ଦାୟିତ୍ଵରେ ରହିବେ। ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories