www.samajalive.in
Sunday, December 14, 2025
16.1 C
Bhubaneswar

ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ମଞ୍ଜି ବଣ୍ଟନ

ଫୁଲବାଣୀ: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ଦନେକବାଡ଼ି ପଞ୍ଚାୟତଠାରେ କୃଷି ବିକାଶ ଯୋଜନା ପକ୍ଷରୁ ଉଦ୍ୟାନ ବିଭାଗ ଦ୍ୱାରା ମହାମାରୀ କରୋନା ପାଇଁ ଚାଷୀମାନଙ୍କୁ ପାକଶାଳା ବଗିଚା ପାଇଁ ତଥା ପନିପରିବା ଚାଷ ପାଇଁ ଆଜି ମଞ୍ଜି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଳକ ଅଧ୍ୟକ୍ଷା ରୁଦା ମଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମଞ୍ଜି ବଣ୍ଟନ କରିଥିଲେ। ସ୍ଥାନୀୟ ସହକାରୀ କୃଷି ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶନନୀ ମଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବ୍ଳକର ୨୫ ପଞ୍ଚାୟତ ପାଇଁ ୧୭ଶହ ପ୍ୟାକେଟ୍‍ ମଞ୍ଜି ଆସିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩ଟି ପଞ୍ଚାୟତରେ ମଞ୍ଜି ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦନେକବାଡ଼ି ସରପଞ୍ଚ ସୁଜାତା ପଡ଼୍ରା, ଉଦ୍ୟାନ ସଂପ୍ରସାରଣ କର୍ମୀ ଶ୍ରୀହରି ଦଳବେହେରା, ୱାର୍ଡ଼ ସଭ୍ୟ ରୁବେନ୍‍ ପ୍ରଧାନ, ରାଜେଶ ପ୍ରଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories