www.samajalive.in
Saturday, December 6, 2025
23.1 C
Bhubaneswar

ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୁଲିସ୍ କୁ ବଡ ସଫଳତା ମିଳିଛି। ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି । ମାଲକାନଗିରି ଏସପି ନିତେସ ୱାଧୱାନି ଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲାର କାଲିମେଳା ଥାନା ଅନ୍ତର୍ଗତ ଆନ୍ଧ୍ର ଓଡିଶା ସୀମାନ୍ତ ରେ ଥିବା ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରେ ମାଓବାଦୀ ଙ୍କ ଗତିବିଧି ସହ ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖାଯାଇଥିବା ନେଇ ଗୁଇନ୍ଦା ସୂତ୍ରରୁ ପୋଲିସ ଜାଣିବାକୁ ପାଇଥିଲା । ଏହାପରେ ଏସପି ଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଡିଭିଏଫ ବାହିନୀ ଓ ଗୁଇନ୍ଦା ବିଭାଗର କର୍ମଚାରୀ ମାନେ ମିଳିତ ରୂପେ ସମ୍ପୃକ୍ତ ଅଞ୍ଚଳରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ । ଏହି ସମୟରେ ଜଙ୍ଗଲ ମଧ୍ୟରେ ମାଓବାଦୀ ଙ୍କ ଦ୍ଵାରା ମାଟି ତଳେ ଲୁଚାଇ ରଖାଯାଇଥିବା ବିପୁଳ ସାମଗ୍ରୀ କୁ ଯବାନ ମାନେ ଠାବ କରିଥିଲେ । ଯେଉଁଥିରେ ୧୯୦ଟି ଜିଲେଟିନ ଷ୍ଟିକ, ୨୦କେଜି ଓଜନର ଗୋଟିଏ ଆଇଡି ବୋମା, ୭କେଜି ଓଜନର ୫ଟି ଆଇଡି ବୋମା, ୫କେଜି, ୪କେଜି, ୨କେଜି ଓଜନର ଗୋଟିଏ ଲେଖାଏଁ ଆଇଡି ବୋମା, ୩କେଜି ଓଜନର ୩ଟି ଆଇଡି ବୋମା ସହ କିଛି ମାଓ ସାମଗ୍ରୀ ଜବତ ହୋଇଥିଲା । ଏହାପରେ ସମ୍ପୃକ୍ତ ଅଞ୍ଚଳରେ ତଲାସୀ ଅଭିଯାନ କୁ ଆହୁରି ଅଧିକ ଜୋରଦାର କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories