www.samajalive.in
Sunday, December 14, 2025
26.1 C
Bhubaneswar

ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ପାଟଣା : ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଅଧ୍ୟୟନ ରତ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ୨୬୪ ଜଣ ପ୍ରଥମ ବର୍ଷ ଛାତ୍ରୀଙ୍କୁ ୮ ଦିନ ଧରି ଦିଆଯାଇଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଛି। କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ମନ୍ଦାକିନି ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପ୍ରାଧ୍ୟାପକ ଜଗନ୍ନାଥ ମହାନ୍ତ, ସମ୍ମାନୀତ ଅତିଥି ଭାବେ ଏନସିସି ଅଧିକାରୀ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ ଓ ମଦନ ମହାନ୍ତ ପ୍ରମୁଖ ଯୋଗଦେଇ ଛାତ୍ରୀମାନଙ୍କୁ ଏହି ପ୍ରଶିକ୍ଷଣ ଭବିଷ୍ୟତରେ ବେଶ ପ୍ରେରଣା ଯୋଗାଇବା ସହ ଉପାଦେୟ ହେବ ବୋଲି ମତ ରଖିଥିଲେ। ପ୍ରଶିକ୍ଷିକା କୁମୁଦିନି ବେହେରା ଓ ପ୍ରିୟଙ୍କା ବାରିକ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories