www.samajalive.in
Sunday, December 14, 2025
18.1 C
Bhubaneswar

ଡମପଡ଼ା ଆଞ୍ଚଳିକ କନିଷ୍ଠ ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ଶିବିର ଉଦଘାଟିତ

ବାଙ୍କୀ: ସ୍ଥାନୀୟ ଡମପଡା ଆଞ୍ଚଳିକ କନିଷ୍ଠ ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। କନିଷ୍ଠ ମହାବିଦ୍ୟାଳୟର ୧ମ ବର୍ଷର ନବାଗତ ଛାତ୍ରୀମାନେ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଗ୍ରହଣ କରିଛନ୍ତି। ମହାବିଦ୍ୟାଳୟର ଅଧ୍ୟକ୍ଷ ସଚ୍ଚିଦାନନ୍ଦ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଅଧ୍ୟାପକ ଦାମୋଦର ମହାନ୍ତି, ଦେବାଶିଷ ମିଶ୍ରବ୍ରହ୍ମା, ଜଗଦିଶ ବିରବର ହରିଚନନ୍ଦନ, ସୁଶାନ୍ତ କୁମାର ତ୍ରିପାଠୀ, ସଂଘମିତ୍ରା ପଟ୍ଟନାୟକ, ସୌମ୍ୟାଶ୍ରୀ ସାଇପ୍ରଭା ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଭାବରେ ମହାବିଦ୍ୟାଳୟ ସ୍ତରରେ ଯୁବତୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ ଏକ ଶୃଙ୍ଖଳିତ ଏବଂ ନିଜର ଆତ୍ମ ସୁରକ୍ଷାକ୍ଷେତ୍ରରେ ଏକ କୌଶଳ ବୋଲି ପ୍ରକାଶ କରିଥିଲେ। ମହାବିଦ୍ୟାଳୟର ୧ମ ବର୍ଷର ସମସ୍ତ ୬୦ଜଣ ଛାତ୍ରୀ ଦୀର୍ଘ ୮ଦିନ ଧରି ସଞ୍ଚାଳିତ ପ୍ରଶିକ୍ଷଣ ଗ୍ରହଣ କରିବା ଉଚିତ ବୋଲି ପରାମର୍ଶ ଦେଇଥିଲେ। ପ୍ରଶିକ୍ଷିକା ଅନିତା ସାମଲ ଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦେଇଛନ୍ତି। ଆସନ୍ତା ଏପ୍ରିଲ ୧୩ତାରିଖରେ ଏହି ପ୍ରଶିକ୍ଷଣ ପ୍ରକ୍ରୀୟା ଉଦଯାପିତ ହେବ ବୋଲି ଅଧ୍ୟକ୍ଷ ଶ୍ରୀ ସାମଲ ପ୍ରକାଶ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories